ରାଜ୍ୟରେ ଗୋଟିଏ ଦିନରେ ୧୧୦୯୯ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୪୪୪୦୧

60

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୧୧୦୯୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୪୪୪୦୧ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୫୩୬୫୯୫ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୧୦୫୩୭୫ ରହିଛି । ଆଜି ଚିହ୍ନଟ ହୋଇଥିବା ୧୧୦୯୯ ଜଣଙ୍କ ମଧ୍ୟରୁ ୬୨୧୪ ଜଣ ସଂଗରୋଧରୁ ହୋଇଥିବା ବେଳେ ୪୮୮୫ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି ।

ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୧୪୬୦ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୫୫୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୪୦୮ ଜଣ, ବରଗଡ଼ରୁ ୩୩୯ ଜଣ, ଭଦ୍ରକରୁ ୪୩୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିପରି ବଲାଙ୍ଗୀରରୁ ୨୮୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବୌଦ୍ଧ ଜିଲ୍ଲାରୁ ୨୧୩, କଟକରୁ ୮୬୭ ଜଣ, ଦେବଗଡ ଜିଲ୍ଲାରୁ ୧୦୭ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୬୨ ଜଣ, ଗଜପତି ଜିଲ୍ଲାରୁ ୮୨ , ଗଞ୍ଜାମରୁ ୧୯୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୩୦୨ ଜଣ, ଯାଜପୁରରୁ ୩୭୮ ଜଣ, ଝାରସୁଗୁଡ଼ାରୁ ୩୦୭ ଜଣ, କଳାହାଣ୍ଡିରୁ ୨୯୯ ଜଣ, କନ୍ଧମାଳ ଜିଲ୍ଲାରୁ ୮୮ ଜଣ. କେନ୍ଦ୍ରାପଡ଼ାରୁ ୧୫୬ ଜଣ, କେନ୍ଦୁଝରରୁ ୧୬୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୧୪୬୦ ଜଣ, କୋରାପୁଟରୁ ୨୮୦ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୧୦୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୫୦୭ ଜଣ, ନବରଙ୍ଗପୁରରୁ ୩୫୧ ଜଣ, ନୟାଗଡ଼ରୁ ୨୭୭ ଜଣ, ନୂଆପଡ଼ାରୁ ୨୩୨ ଜଣ, ପୁରୀରୁ ୩୫୬ ଜଣ, ରାୟଗଡ଼ାରୁ ୧୭୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୫୪୭ ଜଣ, ସୋନପୁରରୁ ୨୫୨ ଜଣ, ସୁନ୍ଦରଗଡ଼ରୁ ୯୮୩ ଜଣ ଓ ଷ୍ଟେଟ୍ ପୁଲରୁ ୨୪୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.