ରାଜ୍ୟରେ ଗତ ୨୪ଘଣ୍ଟାରେ ୧୧୦୯୯ ପଜିଟିଭ୍ ଚିହ୍ନଟ

0 65

ଭୁବନେଶ୍ୱର ୧୯।୦୫ : ରାଜ୍ୟରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୦୯୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୪୪୪୦୧ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୨୧୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୮୮୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୫୨ଜଣ, ବାଲେଶ୍ୱର ଜିଲ୍ଲାରୁ ୪୦୮ଜଣ, ବରଗଡ଼ ଜିଲ୍ଲାରୁ ୩୩୯ଜଣ, ଭଦ୍ରକ ଜିଲ୍ଲାରୁ ୪୩୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୮୮ଜଣ, ବୌଦ୍ଧ ଜିଲ୍ଲାରୁ ୨୧୩ଜଣ, କଟକ ଜିଲ୍ଲାରୁ ୮୬୭ଜଣ, ଦେଓଗଡ଼ ଜିଲ୍ଲାରୁ ୧୦୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୬୨ଜଣ, ଗଜପତି ଜିଲ୍ଲାରୁ ୮୨ଜଣ, ଗଞ୍ଜାମ ଜିଲ୍ଲାରୁ ୧୯୬ଜଣ, ଜଗତସିଂହପୁର ଜିଲ୍ଲାରୁ ୩୦୨ଜଣ, ଯାଜପୁର ଜିଲ୍ଲାରୁ ୩୭୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୦୭ଜଣ, କଳାହାଣ୍ଡି ଜିଲ୍ଲାରୁ ୨୯୯ଜଣ, କନ୍ଧମାଳ ଜିଲ୍ଲାରୁ ୮୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୫୬ଜଣ, କେନ୍ଦୁଝର ଜିଲ୍ଲାରୁ ୧୬୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪୬୦ଜଣ, କୋରାପୁଟ ଜିଲ୍ଲାରୁ ୨୮୦ଜଣ, ମାଲକାନାଗିରି ଜିଲ୍ଲାରୁ ୧୦୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୦୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୫୧ଜଣ, ନୟାଗଡ଼ ଜିଲ୍ଲାରୁ ୨୭୭ଜଣ, ନୂଆପଡ଼ା ଜିଲ୍ଲାରୁ ୨୩୨ଜଣ, ପୁରୀ ଜିଲ୍ଲାରୁ ୩୫୬ଜଣ, ରାୟଗଡ଼ା ଜିଲ୍ଲାରୁ ୧୭୦ଜଣ, ସମ୍ବଲପୁର ଜିଲ୍ଲାରୁ ୫୪୭ଜଣ, ସୋନପୁର ଜିଲ୍ଲାରୁ ୨୫୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୮୩ଜଣ , ଷ୍ଟେଟ୍‌ ପୁଲ୍‌ରୁ ୨୪୨ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୪୪୪୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୫୩୭୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୩୬୫୯୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୧୦୫୮୩୮୬ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.