ରାଜ୍ୟରେ ଗତ ୨୪ ଘଂଟାରେ କରୋନାରେ ୨୫ ଜଣଙ୍କର ମୃତ୍ୟୁ

80

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୨୫ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୨୪୦୩ ହୋଇ ଯାଇଛି । 

ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତଥ୍ୟ ଅନୁସାରେ ଗତ ୨୪ ଘଂଟା କଳାହାଣ୍ଡି ଓ ଖୋର୍ଦ୍ଧାରୁ ସର୍ବାଧିକ ୪ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳରୁ ୩ ଜଣଙ୍କ ମୃତ୍ୟୁ ହୋଇଛି ।ସେହିପରି ଗଞ୍ଜାମ, ରାୟଗଡ଼ା ଓ ସୁନ୍ଦରଗଡ଼ରୁ ୨ ଲେଖାଏଁ କରୋନା ରୋଗୀଙ୍କ ମୃତ୍ୟୁ ଘଟିଥିବାବେଳେ ବାଲେଶ୍ୱର, ବରଗଡ଼, ବଲାଙ୍ଗିର, ବୌଦ୍ଧ, କଟକ, ଢ଼େଙ୍କାନାଳ, କେନ୍ଦୁଝର, ପୁରୀରୁ ଜଣେ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି ।

Comments are closed.