ପ୍ରଦୀପ ପାଣିଗ୍ରାହୀ , ଅଭୟ ପାଠକ କରୋନା ପଜିଟିଭ୍

0 70

ଭୁବନେଶ୍ୱର : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଓ ଆଇଏଫଏସ୍ ଅଧିକାରୀ ଅଭୟକାନ୍ତ ପାଠକ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଉଭୟ ଭୁବନେଶ୍ୱର ଝାରପଡା ଜେଲ୍ ରେ ଥିବା ବେଳେ କରୋନା ସଂକ୍ରମିତ ହୋଇଛନ୍ତି । ସେମାନଙ୍କୁ ଜେଲ୍ ର ଆଇସୋଲେସନ୍ ୱାର୍ଡରେ ରଖାଯାଇଛି । ଗତ କିଛି ଦିନ ମଧ୍ୟରେ ଝାରପଡା ଜେଲର ବହୁ ଅନ୍ତେବାସୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନିକଟରେ ଜଣେ ବିଚାରଧୀନ କଏଦୀଙ୍କର କରୋନାରେ ମୃତ୍ୟୁ ହୋଇଥିଲା । ୨ ଦିନ ତଳେ ଝାରପଡ଼ା ଜେଲରେ ଥିବା ଅନ୍ତେବାସୀଙ୍କ କୋଭିଡ ଟେଷ୍ଟ କରାଯାଇଥିବା ବେଳେ ୯୬ ଜଣଙ୍କ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତ କିଛି ଦିନ ତଳେ ସେମାନଙ୍କୁ ସାମାନ୍ୟ ଜର ଓ ଥଣ୍ଡା ହୋଇଥିଲା । ତେବେ ସେମାନେ ଆଇସୋଲେସନ୍‌ରେ ରହି ଚିକିତ୍ସିତ ହେଉଛନ୍ତି । ଆଗକୁ ଯଦି ସ୍ୱାସ୍ଥ୍ୟାବସ୍ଥାରେ ଅବନତି ଘଟେ ତେବେ ସେମାନଙ୍କୁ ମେଡିକାଲକୁ ସ୍ଥାନାନ୍ତର କରାଯିବ ବୋଲି କୁହାଯାଇଛି ।

Leave A Reply

Your email address will not be published.