ନୂଆଦିଲ୍ଲୀ : ଦେଶରେ ଗତ ୨୪ଘଂଟା ମଧ୍ୟରେ ୨,୫୭,୨୯୯ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୪,୧୯୪ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୬୨,୮୯,୨୯୦ ପହଂଚିଛି ।
ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା : ୨୯,୨୩,୪୦୦ ଥିବା ବେଳେ ବର୍ତମାନ ସୁଦ୍ଧା ୨,୯୫,୫୨୫ ଜଣ ମୃତ୍ୟୁ ବରଣ କରିଛନ୍ତି ।
ସେହିପରି ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୨୦,୬୬,୨୮୫ ନମୂନାର ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୩୨,୬୪,୮୪,୧୫୫ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆଯାଇଛିା
Comments are closed.