ରାଜ୍ୟରେ ଗତ ୨୪ ଘଂଟାରେ କରୋନାରେ ୨୮ଜଣଙ୍କର ମୃତ୍ୟୁ

68

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୨୮ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୨୪୮୪ ହୋଇ ଯାଇଛି । 

ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତଥ୍ୟ ଅନୁସାରେ ଗତ ୨୪ ଘଂଟା ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୫ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ସୁନ୍ଦରଗଡ ଓ କଳାହାଣ୍ଡି ଜିଲ୍ଲାରେ ୪ -୪ ଜଣଙ୍କର ମୃତ୍ୟୁ ଘଟିଛି ।  ଅନୁଗୁଳ ଓ କେନ୍ଦ୍ରାପଡା ଜିଲ୍ଲାରେ ୩-୩ ଜଣ ମୃତ୍ୟୁବରଣ କରିଛନ୍ତି । ପୁରୀ, ନବରଙ୍ଗପୁର ଓ ରାୟଗଡା ଜିଲ୍ଲାରେ ୨-୨ ଜଣ ତଥା ଗଂଜାମ, ଗଜପତି, ନୂଆପଡା ଜିଲ୍ଲାରେ ୧-୧ ଜଣ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି ।

Comments are closed.