ବୁଲା ଗାଈ ଗୋରୁ ଓ କୁକୁରଙ୍କ ଖାଦ୍ୟ ପାଇଁ ଦ୍ୱିତୀୟ ପର୍ଯ୍ୟାୟରେ ୫୫ ଲକ୍ଷ ଟଙ୍କା ମଂଜୁର

0 65

ଭୁବନେଶ୍ୱର : କୋଭିଡ଼ ମହାମାରୀ ନିୟନ୍ତ୍ରଣ ପାଇଁ ବତମାନ ସାରା ରାଜ୍ୟରେ ଲକ୍ ଡାଉନ୍ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ବୁଲା ଗାଈ ଗୋରୁ କୁକୁର ଆଦି ପ୍ରାଣମାନେ ଖାଦ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ତାଙ୍କ ରିଲିଫ ପାଣ୍ଠିରୁ ୫ ମହାନଗର ନିଗମ ୪୮ ଟି ମ୍ୟୁନିସପାଲଟି ଓ ୬୧ ଟିଏନ୍‌ଏ ସି ମାନଙ୍କୁ ୫୫ ଲଷ ଟଙ୍କା ସହାୟତା ମଞ୍ଜୁର କରିଛନ୍ତି । ଏହି ଅର୍ଥରେ ସେମାନେ ବିଭିନ୍ନ ସ୍ୱେଚ୍ଛାସେବୀ ଅନୁଷ୍ଠାନ ମାନଙ୍କ ଜରିଆରେ ବୁଲା ପ୍ରାଣୀ ମାନଙ୍କୁ ଖାଦ୍ୟ ଯୋଗାଇ ଦେବେ ।

ନିର୍ଦ୍ଦେଶ ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ କୋଡ଼ିଏ ହଜାର ଟଙ୍କା ,କଟକ ,ସମ୍ବଲପୁର,ରାଉରକେଲା, ଓ ବ୍ରହ୍ମପୁର ମହାନଗର ନିଗମ ଦୈନିକ ଦଶହଜାର ଟଙ୍କା ,ମ୍ୟୁନିସପାଲଟି ମାନେ ଦୈନିକ ୫ ହଜାର ଟଙ୍କା ଓ ଏନ ଏ ସି ମାନେ ଦୈନିକ ଦୁଇ ହଜାର ଟଙ୍କା ଖର୍ଚ୍ଚ କରିପାରିବେ । ସୂଚନାଯୋଗ୍ୟ ଯେ ଗତ ୯ ତାରିଖ ଦିନ ଏହି ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ରୁ ୬୦ ଲକ୍ଷ ଟଙ୍କା ମଂଜୁର କରାଯାଇଥିଲା ।

Leave A Reply

Your email address will not be published.