ରାଜ୍ୟରେ ଗତ ୨୪ଘଣ୍ଟାରେ ୭୨୧୬ କରୋନା ସଂକ୍ରମିତ ଚିହ୍ନଟ

A doctor wearing a protective gear takes a swab from a woman to test for coronavirus disease (COVID-19), in Dharavi, one of Asia's largest slums, in Mumbai, India, April 9, 2020. REUTERS/Francis Mascarenhas
0 125

ଭୁବନେଶ୍ୱର ୨୮/୦୫: ରାଜ୍ୟରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ତେବେ ଗୁରୁବାର ପଜିଟିଭ୍ ସଂଖ୍ୟା ହ୍ରାସ ପାଇଥିବା ବେଳେ ଶୁକ୍ରବାର ପୁଣି ବଢିଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୨୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୩୯୯୫୫ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୦୪୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୧୭୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୦୯ଜଣ, ବାଲେଶ୍ୱର ଜିଲ୍ଲାରୁ ୨୧୫ଜଣ, ବରଗଡ଼ ଜିଲ୍ଲାରୁ ୩୩୧ଜଣ, ଭଦ୍ରକ ଜିଲ୍ଲାରୁ ୨୪୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୩୦ଜଣ, ବୌଦ୍ଧ ଜିଲ୍ଲାରୁ ୧୪୮ଜଣ, କଟକ ଜିଲ୍ଲାରୁ ୧୦୯୧ଜଣ, ଦେଓଗଡ଼ ଜିଲ୍ଲାରୁ ୬୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୨୮ଜଣ, ଗଜପତି ଜିଲ୍ଲାରୁ ୩୮ଜଣ, ଗଞ୍ଜାମ ଜିଲ୍ଲାରୁ ୧୫୦ଜଣ, ଜଗତସିଂହପୁର ଜିଲ୍ଲାରୁ ୧୮୩ଜଣ , ଯାଜପୁର ଜିଲ୍ଲାରୁ ୨୪୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬୪ଜଣ, କଳାହାଣ୍ଡି ଜିଲ୍ଲାରୁ ୧୫୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୮୭ଜଣ, କେନ୍ଦୁଝର ଜିଲ୍ଲାରୁ ୭୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୦୯ଜଣ, କୋରାପୁଟ ଜିଲ୍ଲାରୁ ୨୨୦ଜଣ, ମାଲକାନଗିରି ଜିଲ୍ଲାରୁ ୧୩୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୪୨ଜଣ, ନୟାଗଡ଼ ଜିଲ୍ଲାରୁ ୧୬୪ଜଣ, ନୂଆପଡ଼ା ଜିଲ୍ଲାରୁ ୬୬ଜଣ, ପୁରୀ ଜିଲ୍ଲାରୁ ୧୧୦ଜଣ, ରାୟଗଡ଼ା ଜିଲ୍ଲାରୁ ୨୪୬ଜଣ, ସମ୍ବଲପୁର ଜିଲ୍ଲାରୁ ୨୪୧ଜଣ, ସୋନପୁର ଜିଲ୍ଲାରୁ ୭୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୮୪ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୪୬ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୩୯୯୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୨୦୭୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୩୫୧୭୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୧୫୯୬୭୫୩ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.