ବାତ୍ୟା ‘ୟାସ୍’ ପରବର୍ତ୍ତୀ କ୍ଷୟକ୍ଷତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

0 60

ଭୁବନେଶ୍ବର ୨୮।୫: ଓଡିଶାରେ ବାତ୍ୟା ‘ୟାସ୍’ କରିଥିବା କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ । ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ବାତ୍ୟା ପରବର୍ତ୍ତୀ ସ୍ଥିତି ସମୀକ୍ଷା କରିଛନ୍ତି ମୋଦି । ଭୁବନେଶ୍ବରରେ ଆୟୋଜିତ ହୋଇଥିବା ଉଚ୍ଚସ୍ତରୀୟ ବୈଠକରେ ଯୋଗଦେଇ ବାତ୍ୟା ‘ୟାସ୍’ ଜନିତ କ୍ଷୟକ୍ଷତି ସଂପର୍କରେ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଥିଲେ । ଏହାସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡଙ୍ଗୀ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ସ୍ବତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ଓ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ । ବୈଠକରେ ଏକ ଘଣ୍ଟା ଧରି ପ୍ରଧାନମନ୍ତ୍ରୀ କ୍ଷୟକ୍ଷତି ସମୀକ୍ଷା କରିଥିଲେ ।  ବୈଠକ ପରେ ଆକାଶମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ । ବାଲେଶ୍ବର ଓ ଭଦ୍ରକ ଜିଲ୍ଲାର ବାତ୍ୟାଞ୍ଚଳ ପରିଦର୍ଶନ କାର୍ଯ୍ୟକ୍ରମ ରହିଛି ।

Leave A Reply

Your email address will not be published.