ରାଜ୍ୟରେ ଗୋଟିଏ ଦିନରେ ୭୨୧୬ କରୋନା ଆକ୍ରାନ୍ତ ଚିହ୍ନଟ

New Delhi, Nov. 20 (ANI): A health worker collects swab sample from people for RT-PCR COVID-19 test, amid rising cases of Coronavirus (COVID 19), at Najafgarh in New Delhi on Friday. (ANI Photo)
0 142

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୩୯୯୫୫

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୭୨୧୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୩୯୯୫୫ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୬୩୫୧୭୯ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୧୦୨୦୭୨ ରହିଛି । ଆଜି ଚିହ୍ନଟ ହୋଇଥିବା ୭୨୧୬ ଜଣଙ୍କ ମଧ୍ୟରୁ ୪୦୪୧ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୧୭୫ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

Leave A Reply

Your email address will not be published.