ଦରଦୀ ମଣିଷର ପ୍ରକୃତ ବନ୍ଧୁ

0 60

ବାତ୍ୟା ମୁକାବିଲା ହେଉ କିମ୍ବା କୋଭିଡ୍ ମୁକାବିଲା, ସବୁଥିରେ ଉଦାହରଣ ସୃଷ୍ଟି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ କୋଭିଡ୍ ଉପଦେଷ୍ଟା କମିଟି ବୈଠକରେ ମୁଖ୍ୟମନ୍ତ୍ରୀ ବିଶେଷଜ୍ଞଙ୍କ ମତାମତ ଲୋଡ଼ିଛନ୍ତି । କୋଭିଡ୍ ମୁକାବିଲା ଓ ସ୍ୱାସ୍ଥ୍ୟ ବ୍ୟବସ୍ଥା ଉପରେ ମତାମତ ଲୋଡ଼ିଛନ୍ତି ଯାହାକୁ ସାଧାରଣରେ ପ୍ରଶଂସା କରାଯାଇଛି । ରାଜ୍ୟରେ ସଂକ୍ରମଣ କମୁଥିଲେ ହେଁ ମୃତ୍ୟୁସଂଖ୍ୟାରେ ରୋକ୍ ଲାଗୁନଥିବାରୁ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ିଯାଇଛି । ଏଥିନେଇ ସେ ବିଶେଷଜ୍ଞଙ୍କ ମତାମତ ଲୋଡ଼ିଛନ୍ତି । ବିଶେଷଜ୍ଞଙ୍କ ମତାମତ ଲୋଡ଼ିବା ପରେ ରାଜ୍ୟ ସରକାର ଯାହା କିଛି ପଦକ୍ଷେପ ନେବେ ।

ଗତକାଲି ବାତ୍ୟା ୟଶ୍ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା ପାଇଁ ପ୍ରଧାନମନ୍ତ୍ରୀ ମୋଦି ଓଡ଼ିଶା ଆସିଥିବା ବେଳେ ନବୀନଙ୍କ କାର୍ଯ୍ୟଧାରାକୁ ନେଇ ଏବେ ଚର୍ଚ୍ଚା ଜୋର୍ ଧରିଛି । ରାଜନୈତିକ ଦୃଷ୍ଟିକୋଣରୁ ଭିନ୍ନ ଭିନ୍ନ ହୋଇଥିଲେ ହେଁ ସଂଘୀୟ ବ୍ୟବସ୍ଥାର ଉତ୍ତମ ପରମ୍ପରା ସୃଷ୍ଟି କରିଛନ୍ତି ନବୀନ । ତାଙ୍କର ଅମାୟିକ ବ୍ୟବହାର ଆଜି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ମୋଦି ମଧ୍ୟ ନବୀନ ଓ ଓଡ଼ିଶାକୁ ପ୍ରଶଂସା କରିବାକୁ ପଛାଇ ନାହାନ୍ତି । ଏହି ଦରଦୀ ମଣିଷ ମଧ୍ୟ ମୃତ ସାମ୍ବାଦିକଙ୍କ ପରିବାରଙ୍କୁ ସହାୟତା ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ୭ ଜଣ କର୍ମଜୀବୀ ସାମ୍ବାଦିକଙ୍କୁ ସାମ୍ବାଦିକ କଲ୍ୟାଣ ପାଙଋିରୁ ଭିନ୍ନ ଭିନ୍ନ କାରଣ ପାଇଁ ଅନୁକମ୍ପା ରାଶି ଓ ଆର୍ଥିକ ସହାୟତା ବାବଦକୁ ୫୫ ଲକ୍ଷ ୫୦ ହଜାର ଟଙ୍କା ପ୍ରଦାନ କରିଛନ୍ତି ।

ସୂଚନାଯୋଗ୍ୟ ଯେ ପୂର୍ବରୁ ମଧ୍ୟ ରାଜ୍ୟ ସରକାର କୋଭିଡ୍ରେ ମୃତ୍ୟୁବରଣ କରିଥିବା ୬ ଜଣ ସାମ୍ବାଦିକ କୋଭିଡ୍ ଯୋଦ୍ଧାଙ୍କ ପରିବାରଙ୍କୁ ୧୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ପ୍ରଦାନ କରିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାର ବିଭିନ୍ନ ସମୟରେ କର୍ମଜୀବୀ ସାମ୍ବାଦିକଙ୍କ କେତେକ ଜଟିଳ ବ୍ୟାଧିର ଚିକିତ୍ସା ତଥା ଅକାଳ ମୃତ୍ୟୁ ପାଇଁ ଆର୍ଥିକ ସହାୟତା ଓ ଅନୁକମ୍ପା ରାଶି ପ୍ରଦାନ କରିଆସୁଛନ୍ତି । ସାଧାରଣ କାରଣରୁ ମୃତ୍ୟୁ ପାଇଁ ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଥିବାବେଳେ କରୋନାରେ ମୃତ୍ୟୁ ପାଇଁ କୋଭିଡ୍ ଯୋଦ୍ଧା ଭାବେ ସେମାନଙ୍କୁ ୧୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ଏତଦ୍ଭିନ୍ନ କର୍ମଜୀବୀ ସାମ୍ବାଦିକଙ୍କ ପାଇଁ ରାଜ୍ୟ ସରକାର “ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା’ ଅନ୍ତର୍ଗତ ସ୍ୱାସ୍ଥ୍ୟବୀମା ଯୋଜନା କାର୍ଯ୍ୟକାରୀ କରିଛନ୍ତି । ଏହି ଯୋଜନାରେ ଏଯାବତ୍ ରାଜ୍ୟର ୬୯୪୪ ଜଣ ସାମ୍ବାଦିକଙ୍କୁ ଅନ୍ତର୍ଭୁକ୍ତ କରାଯାଇ ସହାୟତା ପ୍ରଦାନ କରାଯାଉଛି । ବୀମା ଯୋଜନାରେ ୨ ଲକ୍ଷ ଟଙ୍କାର ଅର୍ଥରାଶି ପ୍ରଦାନ କରାଯାଉଛି । ସଂପ୍ରତି କୋଭିଡ୍ ଦ୍ୱିତୀୟ ଲହରରେ ଜିଲ୍ଲାସ୍ତରରେ ବହୁ କର୍ମଜୀବୀ ସାମ୍ବାଦିକ କୋଭିଡ୍ରେ ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରିବା ବିଷୟ ସରକାରଙ୍କ ଦୃଷ୍ଟିକୁ ଆସିଛି ।

ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ମୁତାବକ ଯୋଗ୍ୟ ସାମ୍ବାଦିକମାନଙ୍କୁ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ ନିମନ୍ତେ ଆବଶ୍ୟକୀୟ ତଥ୍ୟ ସଂଗ୍ରହ କରି ଜିଲ୍ଲାପାଳଙ୍କ ସୁପାରିଶ ସହ ତୁରନ୍ତ ପ୍ରେରଣ କରିବା ପାଇଁ ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ସମସ୍ତ ଜିଲ୍ଲାର ସୂଚନା ଓ ଲୋକସଂପର୍କ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଅତଏବ ରାଜ୍ୟ ସରକାରଙ୍କ ଏତାଦୃଶ କାର୍ଯ୍ୟ ଆଜି ତାଙ୍କୁ ଦରଦୀ ମଣିଷର ପ୍ରକୃତ ବନ୍ଧୁର ଆଖ୍ୟା ଦେଇଛି ।

Leave A Reply

Your email address will not be published.