ରାଜ୍ୟରେ ଗତ ୨୪ଘଣ୍ଟାରେ ୭୧୮୮ କରୋନା ସଂକ୍ରମିତ ଚିହ୍ନଟ

0 66

ଭୁବନେଶ୍ୱର ୨୯।୦୫: ରାଜ୍ୟରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ତେବେ ଗୁରୁବାର ପଜିଟିଭ୍ ସଂଖ୍ୟା ହ୍ରାସ ପାଇଥିବା ବେଳେ ଶୁକ୍ରବାର ପୁଣି ବଢିଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୧୮୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୪୭୧୪୩ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୦୨୬ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୧୬୨ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୧୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦୩ଜଣ, ବରଗଡ଼ ଜିଲ୍ଲାରୁ ୨୭୧ଜଣ, ଭ୍ରଦକ ଜିଲ୍ଲାରୁ ୮୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୯୩ଜଣ, ବୌଦ୍ଧ ଜିଲ୍ଲାରୁ ୨୫୭ଜଣ, କଟକ ଜିଲ୍ଲାରୁ ୬୯୦ଜଣ, ଦେଓଗଡ଼ ଜିଲ୍ଲାରୁ ୬୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୫୫ଜଣ, ଗଜପତି ଜିଲ୍ଲାରୁ ୧୦୬ଜଣ, ଗଞ୍ଜାମ ଜିଲ୍ଲାରୁ ୧୬୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୫୪ଜଣ, ଯାଜପୁର ଜିଲ୍ଲାରୁ ୪୦୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧୪ଜଣ, କଳାହାଣ୍ଡି ଜିଲ୍ଲାରୁ ୧୭୭ଜଣ, କନ୍ଧମାଳ ଜିଲ୍ଲାରୁ ୫୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୫ଜଣ, କେନ୍ଦୁଝର ଜିଲ୍ଲାରୁ ୫୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧୩୪ଜଣ, କୋରାପୁଟ ଜିଲ୍ଲାରୁ ୨୦୨ଜଣ, ମାଲକାନଗିରି ଜିଲ୍ଲାରୁ ୯୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୨୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୧୬ଜଣ, ନୟାଗଡ଼ ଜିଲ୍ଲାରୁ ୨୪୨ଜଣ, ନୂଆପଡ଼ା ଜିଲ୍ଲାରୁ ୬୨ଜଣ, ପୁରୀ ଜିଲ୍ଲାରୁ ୪୫୭ଜଣ, ରାୟଗଡ଼ା ଜିଲ୍ଲାରୁ ୧୬୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୨୦ଜଣ, ସୋନପୁର ଜିଲ୍ଲାରୁ ୧୨୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୭୨ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨୩୭ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୪୭୧୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୭୨୭୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୪୭୧୩୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୧୬୪୫୪୦୨ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.