ଜୁନ୍ ୧ରୁ କଲେଜ ଓ ବିଶ୍ୱବିଦ୍ୟାଳୟରେ ଅନ୍‌ଲାଇନ୍ କ୍ଲାସ୍

0 75

ଭୁବନେଶ୍ୱର : ଆସନ୍ତା ଜୁନ୍ ୧ ତାରିଖରୁ ଡିଗ୍ରୀ କଲେଜ ଓ ବିଶ୍ୱବିଦ୍ୟାଳୟ ଗୁଡ଼ିକରେ ଅନ୍‌ଲାଇନ୍ କ୍ଲାସ୍ ଆରମ୍ଭ ହେବ । ତେବେ ହଷ୍ଟେଲ ଗୁଡିକ ଏବେ ଖୋଲିବ ନାହିଁ । ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଏହି ନିର୍ଦ୍ଦେଶନାମା ଜାରି କରାଯାଇଛି ।ନିର୍ଦ୍ଦେଶନାମା ଅନୁଯାୟୀ, ଖରା ଛୁଟି ପରେ ଉଚ୍ଚ ଶିକ୍ଷା ବିଭାଗ ଅଧୀନରେ ଥିବା ବିଶ୍ୱବିଦ୍ୟାଳୟ ଓ ଡିଗ୍ରୀ କଲେଜ ଗୁଡ଼ିକରେ ଅନ୍‌ଲାଇନ୍ କ୍ଲାସ୍ ଆରମ୍ଭ ହେବ । ବର୍ତମାନ ଶ୍ରେଣୀ ଗୃହରେ ପାଠପଢ଼ା ସମ୍ଭବ ନୁହେଁ । ସେହିପରି ପରବର୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ହଷ୍ଟେଲ ଗୁଡ଼ିକ ବନ୍ଦ ରହିବ । ୟୁଜିସିର ନିଷ୍ପତି ସଂପର୍କରେ ସୂଚନା ପାଇବା ପରେ ପରୀକ୍ଷା ନେଇ ଛାତ୍ରଛାତ୍ରୀଙ୍କୁ ଜଣାଇ ଦିଆଯିବ ବୋଲି ଉଚ୍ଚଶିକ୍ଷା ବିଭାଗ ସୂଚନା ଦେଇଛି ।

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ମହାମାରୀର ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ମାମଲା ବୃଦ୍ଧି ପାଇବା ପରେ ରାଜ୍ୟ ସରକାର ଚଳିତ ମାସ ପ୍ରଥମ ସପ୍ତାହରେ ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ କରିଦେଇଥିଲେ । ପରେ ମେ’ ୩୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଛୁଟି ଘୋଷଣା କରିଥିଲେ ।

Leave A Reply

Your email address will not be published.