କରୋନାରେ ଦେଶରେ ଗତ ୨୪ ଘଂଟାରେ ୧,୬୫,୫୫୩ ନୂଆ ମାମଲା

66

ନୂଆଦିଲ୍ଲୀ : ଦେଶରେ ଗତ ୨୪ଘଂଟା ମଧ୍ୟରେ ୧,୬୫,୫୫୩ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୩,୪୬୦ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୭୮,୯୪,୮୦୦ ପହଂଚିଛି ।

ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୧,୧୪,୫୦୮ ଥିବା ବେଳେ ବର୍ତମାନ ସୁଦ୍ଧା ୩,୨୫,୯୭୨ ଜଣ ମୃତ୍ୟୁବରଣ କରିଛନ୍ତି ।

ସେହିପରି ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୨୦,୮୦,୦୪୮ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୩୪,୩୧,୮୩,୭୪୮ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆଯାଇଛିା

Comments are closed.