ରାଜ୍ୟରେ ଗତ ୨୪ ଘଂଟାରେ କରୋନାରେ ୩୫ ଜଣଙ୍କର ମୃତ୍ୟୁ , ମୋଟ ମୃତ୍ୟୁ ସଂଖ୍ୟା ୨୭୫୪ ହେଲା

62

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୩୩ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୨୭୫୪ ହୋଇ ଯାଇଛି । ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଆଜି ଅନୁଗୁଳ ଜିଲ୍ଲାରୁ ସର୍ବାଧତ୍କ ୫ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।

ସେହିପରି କଟକ, କଳାହାଣ୍ଡି, କେନ୍ଦ୍ରାପଡ଼ା, ଖୋର୍ଦ୍ଧା ନବରଙ୍ଗପୁର ଓ ସୁବର୍ଣ୍ଣପୁର ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି । ଅନ୍ୟପକ୍ଷେ ଦେବଗଡ଼, ଗଜପତି, ଗଞ୍ଜାମ ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଲେଖାଏ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି । ନୟାଗଡ଼ ଓ ନୂଆପଡ଼ାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି ।

Comments are closed.