ନିରଞ୍ଜନ ସେଠୀଙ୍କୁ ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ ଦାୟିତ୍ୱ

0 70

ଭୁବନେଶ୍ୱର : ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ସୋମବାର ଚାକିରିରୁ ଅବସର ଗ୍ରହଣ କରିଛନ୍ତି । ଦୀର୍ଘ ୧ବର୍ଷ ୧୦ମାସ ଧରି ସେ ବିଭାଗର ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇଥିଲେ । କାର୍ଯ୍ୟକାଳ ସମୟରେ କୋଭିଡ୍ ପରିସ୍ଥିତିରେ ଗଣମାଧ୍ୟମ ସୁପରିଚାଳନା କରିବା ତାଙ୍କର ଉଲ୍ଲେଖନୀୟ କାର୍ଯ୍ୟ ରହିଥିଲା । ଏହା ପୂର୍ବରୁ ସେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟ କରିଥିଲେ । ତାଙ୍କ ଅବସର ପରେ ବିଭାଗୀୟ ନିର୍ଦ୍ଦେଶକ (ବୈଷୟିକ) ନିରଞ୍ଜନ ସେଠୀ, ସରକାରଙ୍କ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ଦାୟିତ୍ୱରେ ରହିବେ ।

ଏହି ମର୍ମରେ ବିଭାଗ ତରଫରୁ ସୋମବାର ଆଦେଶନାମା ପ୍ରକାଶ ପାଇଛି । ପ୍ରକାଶଥାଉ କି, ଶ୍ରୀ ସେଠୀଙ୍କର ଦୀର୍ଘ ବର୍ଷ ଧରି ଏହି ବିଭାଗୀୟ କାର୍ଯ୍ୟରେ ଅଭିଜ୍ଞତା ରହିଛି । ବିଦାୟୀ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ରଙ୍କୁ ଏହି ଅବସରରେ ଆଜି ବିଭାଗ ତରଫରୁ ବିଦାୟୀକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି । କୋଭିଡ୍ କଟକଣା ମଧ୍ୟରେ ଲୋକ ସଂପର୍କ ଭନନଠାରେ ସୀମିତ ସଂଖ୍ୟକ ଅଧିକାରୀ ଓ କର୍ମଚାରୀଙ୍କ ଉପସ୍ଥିତିରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବିଭାଗୀୟ ନିର୍ଦ୍ଦେଶକ
(ବୈଷୟିକ) ଶ୍ରୀ ସେଠୀ ବିଦାୟୀ ନିର୍ଦ୍ଦେଶକ ଶ୍ରୀ ମିଶ୍ରଙ୍କୁ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବିଭାଗୀର ଯୁଗ୍ମ ଶାସନ ସଚିବ, ଯୁଗ୍ମ ନିର୍ଦ୍ଦେଶକ, ଓଡିଶା ସୂଚନା ସେବା ସଂଘର କର୍ମକର୍ତ୍ତାମାନେ ଏହି ସମ୍ବର୍ଦ୍ଧନା ସମୟରେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.