ରାଜ୍ୟରେ ଗୋଟିଏ ଦିନରେ ୭୦୦୨ କରୋନା ଆକ୍ରାନ୍ତ ଚିହ୍ନଟ

51

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୧୩୦୯୬

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୭୦୦୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୧୩୦୯୬ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୭୩୨୦୧୮ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୭୮୦୩୧ ରହିଛି ।

ଆଜି ଚିହ୍ନଟ ହୋଇଥିବା ୭୦୦୨ ଜଣଙ୍କ ମଧ୍ୟରୁ ୩୯୨୧ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୦୮୧ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରାଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Comments are closed.