ରାଜ୍ୟରେ ଗତ ୨୪ ଘଂଟାରେ କରୋନାରେ ୪୫ଜଣଙ୍କର ମୃତ୍ୟୁ

68

-ମୋଟ ମୃତ୍ୟୁ ସଂଖ୍ୟା ୩୦୮୦ ହେଲା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୪୫ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୩୦୮୦ ହୋଇ ଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଆଜି ି ଖୋର୍ଦ୍ଧାରୁ ସର୍ବାଧିକ ୬ ଜଣ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି ।

ସେହିପରି କଟକ ଓ କଳାହାଣ୍ଡିରୁ ୫ ଲେଖାଏଁ, ଅନୁଗୁଳ, ଢେଙ୍କାନାଳ ଓ ସୁନ୍ଦରଗଡ଼ରୁ ୪ ଲେଖାଏଁ ରୋଗୀଙ୍କ ମୃତ୍ୟୁ ଘଟିଛି । ଅନ୍ୟପକ୍ଷେ ବୌଦ୍ଧ, ଝାରସୁଗୁଡ଼ାରୁ ୩ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ବରଗଡ଼, ରାୟଗଡ଼ାରୁ ୨ ଲେଖାଏଁ; ବାଲେଶ୍ୱର, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ମାଲକାନଗିରି, ମୟୂରଭଞ୍ଜ ଓ ନୟାଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଥିବା ଜଣା ପଡିଛି ।

Comments are closed.