ମୁଖ୍ୟମନ୍ତ୍ରୀଙ୍କୁ ସୁନ୍ଦରଗଡ଼ବାସୀଙ୍କ ପ୍ରଶଂସା

79

ଭୁବନେଶ୍ୱର : ରାଉରକେଲା ସହରର ବିପିୟୁଟି ପରିସରରେ ଦେଶର ସର୍ବବୃହତ୍ ହକି ଷ୍ଟାଡିୟମ୍ ନିର୍ମାଣ କାର୍ଯ୍ୟ ଜାରି ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାପାଳ ଆଜି କାର୍ଯ୍ୟ ତଦାରଖ କରିଛନ୍ତି । ରାଉରକେଲା ସହରରେ ଅନ୍ତର୍ଜାତୀୟ ସ୍ତରର ହକି ଷ୍ଟାଡିୟମ୍ ନିର୍ମାଣ କରି ୨୦୨୩ ପୁରୁଷ ବିଶ୍ୱକପ୍ ହକି ଆୟୋଜନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଥିବା ବେଳେ ଷ୍ଟାଡିୟମ୍ ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ । ରାଉରକେଲା ସହରରେ ଦେଶର ସର୍ବବୃହତ୍ ହକି ଷ୍ଟାଡିୟମ୍ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିବାରୁ ସୁନ୍ଦରଗଡ଼ ଜିଲ୍ଲାବାସୀ ଖୁସି ପ୍ରକାଶ କରିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

୧୩୦ କୋଟି ଟଙ୍କା ବ୍ୟୟ ଅଟକଳରେ ଆସନ୍ତା ଏକ ବର୍ଷ ମଧ୍ୟରେ ହକି ଷ୍ଟାଡିୟମ୍ ନିର୍ମାଣ କାର୍ଯ୍ୟ ଶେଷ କରିବା ପାଇଁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି । ଏଥିାଇଁ ରାଉରକେଲା ସହରର ବିପିୟୁଟି ପରିସରରେ ଦେଶର ସର୍ବବୃହତ୍ ତଥା ଅନ୍ତର୍ଜାତୀୟ ସ୍ତରରେ ହକି ଷ୍ଟାଡିୟମ୍ ନିର୍ମାଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗତ ଫେବୃଆରୀ ମାସ ୧୬ ତାରିଖରେ ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ । ଏହି ନୂତନ ହକି ଷ୍ଟାଡିୟମ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ନାମରେ ନାମିତ ହୋଇଛି ।
ରାଉରକେଲା ସହରରେ ଦେଶର ସର୍ବବୃହତ୍ ହକି ଷ୍ଟାଡିୟମ୍ ନିର୍ମାଣ କାର୍ଯ୍ୟ ଆଜିଠାରୁ ଆରମ୍ଭ ହେବାପରେ ସୁନ୍ଦରଗଡ଼ ଜିଲ୍ଲାର ହକି ଖେଳାଳୀ,ହକି କୋଚ୍ ଓ ସୁନ୍ଦରଗଡ଼ ଜିଲ୍ଲାବାସୀ ଖୁସି ପ୍ରକାଶ କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଉଛନ୍ତି ।

Comments are closed.