ଆସୁଛି ବଡ଼ ବର୍ଷା: ସତର୍କ ରୁହ

61

ଭୁବନେଶ୍ୱର : ବାତ୍ୟା ୟଶ୍ ଯାଇଛି । ସେହି କ୍ଷତ ଶୁଖିନାହିଁ । ପୁଣି ଏକ ଲଘୁଚାପ ଆସୁଛି । ଏହାର ପ୍ରଭାବରେ ୧୦ ରୁ ୧୪ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ସତର୍କ କରାଇଲେ ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍ଆରସି) ପ୍ରଦୀପ କୁମାର ଜେନା । ସେଥିପାଇଁ ରାଜ୍ୟର ସବୁ ଜିଲ୍ଲାପାଳ ଓ ମ୍ୟୁନିସି ।ଲ୍ କମିଶନରଙ୍କୁ ଏସ୍ଆରସି ଚିଠି କରିଛନ୍ତି । ଏସ୍ଆରସିଙ୍କ କହିବା ଅନୁସାରେ ୧୦ରୁ ୧୪ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ଆଇଏମ୍ଡି ପୂର୍ବାନୁମାନ କରିଛି । ସାରା ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ବର୍ଷା ଯୋଗୁ କେତେକ ଜାଗାରେ ଭୂସ୍ଖଳନ ହେବାର ସମ୍ଭାବନା ରହିଛି । ତେଣୁ ସେହି ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତରଣ କରିବାକୁ କୁହାଯାଇଛି ।

ଲୋକଙ୍କୁ ସ୍ଥାନାନ୍ତରଣ ପାଇଁ ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ ରଖିବାକୁ ଏସ୍ଆରସି ନିର୍ଦ୍ଦେଶ ଦେଇଛନ୍ତି । ପାଣି ଜମିବା ସହ ବିଭିନ୍ନ ନଦୀରେ ବନ୍ୟା ସମ୍ଭାବନା ରହିଛି । ତେଣୁ ବିପଜ୍ଜନକ ନଦୀବନ୍ଧ ପ୍ରତି ନଜର ରଖିବାକୁ ବିଭାଗୀୟ ଯନ୍ତ୍ରୀଙ୍କୁ ଏସ୍ଆରସି ତାଗିଦ୍ କରିଛନ୍ତି । ଡଙ୍ଗା ଓ ଯନ୍ତ୍ରାଂଶ ସହ ଅଗ୍ନିଶମ ବାହିନୀକୁ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ସହରାଞ୍ଚଳ ଓ ତଳିଅଞ୍ଚଳରେ ବର୍ଷାପାଣି ଜମିବା ସମ୍ଭାବନା ରହିଛି । ତେଣୁ ଏହାର ମୁକାବିଲା କରିବା ପାଇଁ ସତର୍କ କରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍ଆରସି । ବନ୍ୟା କଥା ବୁଝୁଥିବା ସବୁ ଅଫିସ୍ ୨୪ଘଣ୍ଟିଆ କଣ୍ଟ୍ରୋଲ୍ ରୁମ୍ କରିବେ । ଏହି ସମୟରେ ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦେଇଛନ୍ତି ଏସ୍ଆରସି ଶ୍ରୀ ଜେନା ।

ଏସ୍ଆରସି ଶ୍ରୀ ଜେନା । ବର୍ଷା ପ୍ରଭାବରେ ବିଭିନ୍ନ ନଦୀରେ ବନ୍ୟା ଭଳି ସ୍ଥିତି ଉପୁଜିପାରେ । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଉତ୍ତର ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏଥିଯୋଗୁ ଆସନ୍ତାକାଲିଠାରୁ ୧୪ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବ । ୧୦ତାରିଖରେ ମାଲକାନଗିରି, କୋରାପୁଟ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, କେନ୍ଦୁଝର, ମୟୂରଭଞ୍ଜ,ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର ଏବଂ ଜଗତସିଂହପୁରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହି ରି ୧୧ ଓ ୧୨ ତାରିଖରେ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଢେଙ୍କାନାଳ, ସମ୍ବଲପୁର, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ବରଗଡ଼, ବଲାଙ୍ଗିର,ସୁବର୍ଣ୍ଣ ୁର ଆଦି ଜିଲ୍ଲାର ଅଧିକାଂଶ ସ୍ଥାନରେ ଭୀଷଣ ବର୍ଷା ହେବ ବୋଲି ଅନୁମାନ କରାଯାଇଛି । ଏଥିପାଇଁ ୧୧ରୁ ୧୩ ତାରିଖ ଯାଏ ୨୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣଂ ଜାରି କରାଯାଇଛି ।

Comments are closed.