ରାଜ୍ୟରେ ଗୋଟିଏ ଦିନରେ ୬୦୯୭ କରୋନା ଆକ୍ରାନ୍ତ ଚିହ୍ନଟ

PATNA, APR 21 (UNI):- Health worker collect swab samples of the passengers arriving from Maharashtra at a COVID-19 testing counter on Tuesday night, amid the rise in COVID-19 cases across the country, at Patna railway station, in Patna on Wednesday. UNI PHOTO-5U
53

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୩୭୨୨୬

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୬୦୯୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୩୭୨୨୬ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୭୬୪୬୭୩ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୬୯୩୩୩ ରହିଛି ।

ଆଜି ଚିହ୍ନଟ ହୋଇଥିବା ୬୦୯୭ ଜଣଙ୍କ ମଧ୍ୟରୁ ୩୪୪୬ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୬୫୧ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୧୦୧୭ ଜଣ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି ।

Comments are closed.