ୟଶ୍ ପ୍ରଭାବିତ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ୟାକେଜ୍

66

-୩୩%ରୁ ଊଦ୍ଧ୍ୱର୍ କ୍ଷତିଗ୍ରସ୍ତଙ୍କୁ ମିଳିବ ଇନ୍ୁଟ୍ ସହାୟତା
-ଅଣଜଳସେଚିତ ଅଞ୍ଚଳ ଚାଷୀଙ୍କୁ ହେକ୍ଟର ପିଛା ୬୮୦୦ ଟଙ୍କା
-ଜଳସେଚିତ ଅଞ୍ଚଳ ଚାଷୀଙ୍କୁ ହେକ୍ଟର ପିଛା ୧୩,୫୦୦ ଟଙ୍କା
-ସବୁଦିନିଆ ଫସଲ ପାଇଁ ୧୮ହଜାର ଇନ୍ୁଟ୍ ସବ୍ସିଡି
-ଗାଈ-ମଇଁଷି କ୍ଷତିଗ୍ରସ୍ତ ଚାଷୀଙ୍କୁ ମିଳିବ ୩୦ହଜାର ଟଙ୍କା

ଭୁବନେଶ୍ୱର : ବାତ୍ୟା ୟଶ୍ ପାଇଁ ପ୍ରଭାବିତ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ୟାକେଜ୍ ଘୋଷଣା କରିଛନ୍ତି । ୩୩ ପ୍ରତିଶତ ବା ଅଧିକ କ୍ଷତି ହୋଇଥିବା ଫସଲ ପାଇଁ ଅଣଜଳସେଚିତ ଅଞ୍ଚଳରେ ଛୋଟ ଓ ନାମମାତ୍ର ଚାଷୀଙ୍କୁ ହେକ୍ଟର ପିଚ୍ଛା ୬୮୦୦ ଟଙ୍କା ଇନ୍ ପୁଟ୍ ସବ୍ସିଡି ଦିଆଯିବ । ଜଳସେଚିତ ଅଞ୍ଚଳରେ ହେକ୍ଟର ପିଚ୍ଛା ୧୩ ହଜାର ୫୦୦ ଟଙ୍କା ଏବଂ ସମସ୍ତ ପ୍ରକାର ସବୁଦିନିଆ ଫସଲ ପାଇଁ ହେକ୍ଟର ପିଚ୍ଛା ୧୮ ହଜାର ଟଙ୍କା ଇନ୍ ପୁଟ୍ ସବ୍ସିଡି ଦିଆଯିବ । ଆମ୍ବ, କାଜୁ, ନଡିଆ, କେତକୀ, ପାନ ଆଦି ଫସଲ ସବୁଦିନିଆ ଫସଲ ଶ୍ରେଣୀରେ ଅନ୍ତର୍ଭୁକ୍ତ । କେବଳ ପ୍ରକୃତ ଚାଷୀମାନଙ୍କୁ ଏହି ସହାୟତା ପ୍ରଦାନ କରାଯିବ ।

ସବୁଦିନିଆ ଫସଲ ପାଇଁ ଚାଷୀଙ୍କୁ ସର୍ବନିମ୍ନ ୨୦୦୦ ଟଙ୍କା ଓ ଅନ୍ୟ ଫସଲ ପାଇଁ ସର୍ବନିମ୍ନ ୧୦୦୦ ଟଙ୍କା ଇନ୍ ପୁଟ୍ ସବ୍ସିଡି ମିଳିବ । ପ୍ରଭାବିତ ଜିଲ୍ଲାର ଚାଷୀମାନଙ୍କୁ ୨୦୨୧ ଖରିଫ ଋତୁ ପାଇଁ ବର୍ତ୍ତମାନ ଦିଆଯାଉଥିବା ରିହାତିର ଅଧିକ ୨୫ ପ୍ରତିଶତ ରିହାତି ସହିତ ଦେଢ ଲକ୍ଷ କ୍ୱିଣ୍ଟାଲ ଉନ୍ନତ ମାନର ଧାନ ବିହନ ଯୋଗାଇ ଦିଆଯିବ । ଏହି ରିହାତି ସିଧାସଳଖ ଡିବିଟି ଜରିଆରେ ଚାଷୀଙ୍କ ଆକାଉଣ୍ଟକୁ ଯିବ । ଖରିଫ ଋତୁରେ ଅଧିକ ଅମଳ ପାଇଁ ୧ ଲକ୍ଷ ଏକର ଜମି ପାଇଁ ୧ ଲକ୍ଷ ଚାଷୀଙ୍କୁ ବିହନ ବିଶୋଧନ ପ୍ରଦର୍ଶନ କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ କରାଯିବ । ଖରିଫ ଋତୁରେ ଧାନ, ଝୋଟ ଓ ଡାଲି ଜାତୀୟ ଫସଲ ପାଇଁ ପ୍ରଭାବିତ ଅଞ୍ଚଳରେ ୨୫ ହଜାର ଏକର ଜମିରେ ପ୍ରଦର୍ଶନ କାର୍ଯ୍ୟକ୍ରମ ଗ୍ରହଣ କରାଯିବ । ଧାଡି ବୁଣା ଓ ଧାଡି ରୁଆ ଆଦି ଉନ୍ନତ ଚାଷ ପ୍ରଣାଳୀ ଅବଲମ୍ବନ କରୁଥିବା ଚାଷୀଙ୍କୁ ୩୬ ହଜାର ଏକର ଜମି ପାଇଁ ହେକ୍ଟର ପିଚ୍ଛା ୧୫୦୦ ଟଙ୍କା ପ୍ରୋତ୍ସାହନ ରାଶି ଦିଆଯିବ । ୬୦ ହଜାର ହେକ୍ଟର ଜମିରେ ରୋଗ ପୋକ ମାରିବା ପାଇଁ ଆବଶ୍ୟକତା ଭିତ୍ତିରେ ଇନ୍ ପୁଟ୍ ସବ୍ସିଡି ·ଷୀମାନଙ୍କ ଆକାଉଣ୍ଟକୁ ଦିଆଯିବ । ଉନ୍ନତମାନର କୃଷି ଯନ୍ତ୍ରପାତି କିଣିବା ପାଇଁ ପ୍ରଭାବିତ ଜିଲ୍ଲାରେ ଚାଷୀମାନଙ୍କୁ ୨୦ କୋଟି ଟଙ୍କାର ରିହାତି ଡିବିଟି ଜରିଆରେ ଦିଆଯିବ ।

ପ୍ରଭାବିତ ଅଞ୍ଚଳରେ ଚାଷୀ ମାନଙ୍କୁ ରିହାତି ଦରରେ ୨୦୦୦ ପମ୍ପସେଟ୍ ଓ ୩୦୦୦ ସ୍ପ୍ରେୟର ଯୋଗାଇ ଦିଆଯିବ । ପମ୍ପସେଟ୍ ପାଇଁ ୫୦ ପ୍ରତିଶତ ରିହାତିରେ ସର୍ବାଧିକ ୧୫ ହଜାର ଟଙ୍କା, ପାୱାର ସ୍ପ୍ରେୟର ପାଇଁ ୫୦ ପ୍ରତିଶତ ରିହାତିରେ ସର୍ବାଧିକ ୩୮୦୦ ଟଙ୍କା ଓ ହାତରେ ଚାଲୁଥିବା ସ୍ପ୍ରେୟର ପାଇଁ ସର୍ବାଧିକ ୭୫୦ ଟଙ୍କା ରିହାତି ଦିଆଯିବ । ପାନବରଜ ଚାଷ କରୁଥିବା ୧୨୫ ଜଣ ଚାଷୀଙ୍କୁ ଜଣ ପିଚ୍ଛା ୧୫ ହଜାର ଟଙ୍କା ପ୍ରୋତ୍ସାହନ ରାଶି ଡିବିଟି ଜରିଆରେ ଦିଆଯିବ । ୧୦ ହଜାର କ୍ଷତିଗ୍ରସ୍ତ ଚାଷୀଙ୍କୁ ସେମାନଙ୍କ ବାଡିରେ ପରିବା ଚାଷ ପାଇଁ ଉନ୍ନତ ମାନର ·ରା ୧୧୫ ଟଙ୍କାରେ ଯୋଗାଇ

ଦିଆଯିବ । ବାତ୍ୟାରେ କ୍ଷତିଗ୍ରସ୍ତ ୫୦ଟି ଛତୁ ଚାଷ ୟୁନିଟ୍କୁ ୪୦ ହଜାର ଟଙ୍କା ଲେଖାଏଁ ଯୋଗାଇ ଦିଆଯିବ । ଏଥିରେ କ୍ଷତିଗ୍ରସ୍ତ ଚାଷୀମାନେ ସେମାନଙ୍କ ଛତୁ ଚାଷ ୟୁନିଟ୍ର ପୁନରୁଦ୍ଧାର କରିପାରିବେ । କ୍ଷତିଗ୍ରସ୍ତ ଅଞ୍ଚଳର ଚାଷୀମାନଙ୍କୁ କିଟ୍ ପିଚ୍ଛା ୧୧୦ ଟଙ୍କାର ୧୦ ହଜାର ପରିବା ମିନି କିଟ୍ ମାଗଣାରେ ଯୋଗାଇ ଦିଆଯିବ । ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜାନାରେ ବୀମାଭୁକ୍ତ ହୋଇଥିବା କ୍ଷତିଗ୍ରସ୍ତ ଚାଷୀମାନଙ୍କର ଦାବି ଯେପରି ସମାଧାନ ହୋଇପାରିବ, ସେଥିପାଇଁ ଫସଲ କଟା ରିପୋର୍ଟ ତ୍ୱରାନ୍ୱିତ ଭାବରେ ପ୍ରସ୍ତୁତ କରିବା ପାଇଁ ପଦକ୍ଷେପ ନିଆଯିବ । କ୍ଷତିଗ୍ରସ୍ତ ଅଞ୍ଚଳର ୩୩ ପ୍ରତିଶତରୁ ଅଧିକ କ୍ଷତି ସହିଥିବା ଚାଷୀମାନଙ୍କର ସ୍ୱଳ୍ପମିଆଦୀ ଖରିଫ ଋଣକୁ ମଧ୍ୟମ ମିଆଦୀ ଋଣରେ ପରିଣତ କରାଯିବ । ସେହିପରି ଦୁଧିଆଳି ଓ ମଇଁଷି ପାଇଁ ଚାଷୀଙ୍କୁ ୩୦ହଜାର ଟଙ୍କା ମିଳିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

Comments are closed.