ରାଜ୍ୟରେ ଗୋଟିଏ ଦିନରେ ୪୪୬୯ କରୋନା ଆକ୍ରାନ୍ତ ଚିହ୍ନଟ

67

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୫୧୭୮୨

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୪୪୬୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୫୧୭୮୨ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୭୮୯୦୬୬ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୫୯୩୬୧ ରହିଛି । 

ଆଜି ଚିହ୍ନଟ ହୋଇଥିବା ୪୪୬୯ ଜଣଙ୍କ ମଧ୍ୟରୁ ୨୫୪୬ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୯୨୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Comments are closed.