୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

0 75

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ବର୍ତମାନ ଦକ୍ଷିଣ ଝାଡଖଣ୍ଡ ଓ ଆଖପାଖ ଅଂଚଳରେ ରହିଛି । ଏହାର ପ୍ରଭାବରେ ଓଡିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଓ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଆସନ୍ତା ୨୪ଘଂଟା ମଧ୍ୟରେ ରାଜ୍ୟର ୧୮ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ ।

ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼ ଓ ସମ୍ବଲପୁର ସମେତ ବରଗଡ଼, ଝାରସୁଗୁଡ଼ା, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୁଳ, କଳାହାଣ୍ଡି,କନ୍ଧମାଳ, କୋରାପୁଟ, ମାଲକାନଗିରି, ଢ଼େଙ୍କାନାଳ, କଟକ, ଜଗତସିଂହପୁର, ପୁରୀ ଓ ବଲାଙ୍ଗୀର ଆଦି ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ଏଥିସହିତ ଜୁନ ୧୫ରୁ ୧୬ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ସୁବର୍ଣ୍ଣପୁର, ଅନୁଗୁଳ ଓ ଦେବଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ସେହିପରି ୧୬ରୁ ୧୭ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ କେନ୍ଦୁଝର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Leave A Reply

Your email address will not be published.