ନକଲି ଔଷଧ କାରବାରର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ

87

ଭୁବନେଶ୍ୱର : ରାଜ୍ୟରେ ନକଲି କରୋନା ଔଷଧ କାରବାରର କ୍ରାଇମବ୍ରାଞ୍ଚ ତଦନ୍ତ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସୂଚନା ଦେଇଛନ୍ତି । ସେପଟେ ଡ୍ରଗ୍ସ କଣ୍ଟ୍ରୋଲ କହିଛନ୍ତି, ରାଜ୍ୟରେ ଜବତ ହୋଇଥିବା ଫାଭି ପିରାଭିର ମେଡିସିନ ଭେଜାଲ । ହରିୟାଣା ଓ ମହାରାଷ୍ଟ୍ର ସରକାର ଏହି ମେଡିସିନ୍ରେ ଭେଜାଲ ଥିବା ସୂଚନା ଦେଇଥିଲେ । ସୂଚନା ପାଇବା ପରେ ଓଡ଼ିଶାରେ ଡ୍ରଗ୍ସ କଣ୍ଟ୍ରୋଲ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା । ଡ୍ରଗ୍ସ କଣ୍ଟ୍ରୋଲର ଅନ୍ନଦା ଶଙ୍କର ଦାସ ଏହି ସୂଚନା ଦେଇଛନ୍ତି । ଏହି ମେଡିସିନରୁ ୪୦ ହଜାର ୬୦୦ ଗୋଆଲିଅର ପଠାଯାଇଥିବା ବେଳେ ବାକି ୧୭ ହଜାର ୪୦୦ ଜବତ ହୋଇଛି । ସେଥିରୁ ୪୦୦ଟି ଟେଷ୍ଟିଂ ପାଇଁ ପଠାଯାଇଛି । ମ୍ୟାକ୍ସ ରିଲିଫ ହେଲ୍ଥ କେୟାର କମ୍ପାନୀର ଏହି ମେଡିସିନ । ଏହାବାଦ୍ ବାକି ଭିଟାମିନ-ସି ଓ ଆଜିଥ୍ରୋମାଇସିନ୍ ମେଡିସିନ ଭଳି ୯ଟି ବିଭିନ୍ନ ମେଡିସିନ ଜବତ କରାଯାଇଛି ।

ଜବତ ସବୁ ମେଡିସିନ୍ ସେହି ସମାନ କମ୍ପାନୀର ହୋଇଥିବାରୁ ଏହା ବି ଭେଜାଲ ହୋଇଥାଇପାରେ ବୋଲି ସନ୍ଦେହ କରାଯାଉଛି । ସେଥିପାଇଁ ସେଗୁଡିକୁ ମଧ୍ୟ ଟେଷ୍ଟିଂ ପାଇଁ ପଠାଯାଇଛି । ତେବେ ଭେଜାଲ ଫାଭିପିରାଭିର ମେଡିସିନ ରାଜ୍ୟରେ ଗୋଟିଏ ବି ବ୍ୟବହାର ହୋଇନାହିଁ । ସେପଟେ ସବୁ ଭେଜାଲ ମେଡିସିନ ହିମାଚଳ ପ୍ରଦେଶରୁ ଉତ୍ତର ପ୍ରଦେଶ ଦେଇ ଓଡ଼ିଶା ଆସିଥିଲା । ମେଡିସିନ ଉପରେ ହିମାଚଳ ପ୍ରଦେଶ ଲେଖାଯାଇଥିଲେ ବି ଏପରି କିଛି କମ୍ପାନୀ ସେଠାରେ ନାହିଁ । ରାଜ୍ୟର ୧୩ରୁ ୧୪ଟି ଜିଲ୍ଲାରେ ଚଢ଼ାଉ କରାଯାଇଛି । କେବଳ ବଲାଙ୍ଗୀରରେ ଭେଜାଲ ଫାଭି ପିରାଭିର ମେଡିସିନର ଅଳ୍ପ ନମୁନା ମିଳିଥିବା ବେଳେ ଅନ୍ୟ ସବୁ ସ୍ଥାନରେ ବାକି ୯ଟି ମେଡିସିନିର ନମୁନା ମିଳିଛି । ଆବଶ୍ୟକ ପଡ଼ିଲେ ବାହାର ରାଜ୍ୟକୁ ଯାଞ୍ଚ ପାଇଁ ଏକ ଟିମ୍ ଯିବ ବୋଲି ଡ୍ରଗ୍ସ କଣ୍ଟ୍ରୋଲର ଅନ୍ନଦା ଶଙ୍କର ଦାସ ସୂଚନା ଦେଇଛନ୍ତି ।

Comments are closed.