କରୋନାରେ ଦେଶରେ ଗତ ୨୪ ଘଂଟାରେ ୬୦,୪୭୧ ନୂଆ ମାମଲା

69

ନୂଆଦିଲ୍ଲୀ : ଦେଶରେ ଗତ ୨୪ଘଂଟା ମଧ୍ୟରେ ୬୦,୪୭୧ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୨୭୨୬ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୯୫,୭୦,୮୮୧ ପହଂଚିଛି ।

ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୯,୧୩,୩୭୮ ଥିବା ବେଳେ ବର୍ତମାନ ସୁଦ୍ଧା ୩,୭୭,୦୩୧ ଜଣ ମୃତ୍ୟୁବରଣ କରିଛନ୍ତି ।

ସେହିପରି ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୭,୫୧,୩୫୮ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୩୮,୧୩,୭୫,୯୮୪ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା

Comments are closed.