ରାଜ୍ୟରେ ଗୋଟିଏ ଦିନରେ ୩୪୦୫ କରୋନା ଆକ୍ରାନ୍ତ ଚିହ୍ନଟ

**EDS: TO GO WITH STORY** Mumbai: Gynaecologist Amol Pawar, wearing PPE kit, attends a patient in the Covid-19 ward of Nowrosjee Wadia Maternity Hospital, in Mumbai, Wednesday, May 5, 2021. (PTI Photo/Kunal Patil)(PTI05_08_2021_000039B)
69

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୫୯୫୨୬

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୩୪୦୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୫୯୫୨୬ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୮୦୪୯୮୧ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୫୧୧୦୪ ରହିଛି ।

ଆଜି ଚିହ୍ନଟ ହୋଇଥିବା ୩୪୦୫ ଜଣଙ୍କ ମଧ୍ୟରୁ ୧୯୪୨ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୪୬୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

Comments are closed.