ରାଜ୍ୟରେ ଗୋଟିଏ ଦିନରେ ୩୬୩୧ କରୋନା ଆକ୍ରାନ୍ତ ଚିହ୍ନଟ

77

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୬୬୬୯୨

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୩୬୩୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୬୬୬୯୨ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୮୧୭୩୫୯ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୪୫୮୦୯ ରହିଛି ।

ଆଜି ଚିହ୍ନଟ ହୋଇଥିବା ୩୬୩୧ ଜଣଙ୍କ ମଧ୍ୟରୁ ୨୦୬୯ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୫୬୨ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୫୦୬ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

Comments are closed.