ଦ୍ୱିତୀୟ ସରିନି: ଘାରିଲା ତୃତୀୟ

0 79

ଭୁବନେଶ୍ୱର : ସେକେଣ୍ଡ ୱେଭ୍ ସଂକ୍ରମଣ ଟିକିଏ କମିଥିବା ବେଳେ ଏବେଠାରୁ ତୃତୀୟ ଲହର ନେଇ ଚିନ୍ତା ବଢ଼ିଲାଣି । ବ୍ରିଟେନ୍ ରେ ତୃତୀୟ ଲହର ଆଭାସ ମିଳିବା ପରେ ଭାରତରେ ଏହାକୁ ନେଇ ଆଶା ଆଶଙ୍କା ବଢ଼ିବାରେ ଲାଗିଛି । ଏଥିପାଇଁ ବ୍ରିଟେନ୍ ସରକାର ଜୁନ୍ ୨୧ ଯାଏ କଟକଣାକୁ ବଢ଼ାଇଛନ୍ତି । ଇଟାଲୀ ଓ ଫ୍ରାନ୍ସରେ ମଧ୍ୟ ପ୍ରଥମ ୱେଭ୍ ଅପେକ୍ଷା ସେକେଣ୍ଡ ଓ ଥାର୍ଡ ୱେଭ୍ ଭୟଙ୍କର ଥିଲା । ତେଣୁ ସତର୍କ ନରହିଲେ ଆମ ଦେଶରେ ତୃତୀୟ ଲହର ଯେ ସତରେ ପରିଣତ ହେବ ଏଥିରେ ସନ୍ଦେହ ନାହିଁ । ତୃତୀୟ ଲହର ମୁକାବିଲା ପାଇଁ ଓଡ଼ିଶା ସରକାର ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିପାଇଁ ସଜାଗ ରହିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ଶିଶୁମାନେ ଅଧିକ ସଂକ୍ରମିତ ହେବା ଆଶଙ୍କା ଥିବାରୁ ସେମାନଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି । ପିଲାଙ୍କ ପାଇଁ ସ୍ୱତନ୍ତ୍ର କୋଭିଡ୍ ଚିକିତ୍ସା ସୁବିଧା ବିକାଶ, ଆବଶ୍ୟକ ଉପକରଣ ଓ ଔଷଧ ମହଜୁଦ୍ ରଖିବାକୁ କୁହାଯାଇଛି ।

ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୬୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨୦୬୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୫୬୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୦୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୨୦୪ ଜଣ, ବାଲେଶ୍ୱରରୁ ୨୬୨ ଜଣ, ବରଗଡ଼ରୁ ୫୦ ଜଣ, ଭଦ୍ରକରୁ ୧୭୮ଜଣ,ବଲାଙ୍ଗୀରରୁ ୩୬ ଜଣ, ବୌଦ୍ଧରୁ ୮୪ ଜଣ, କଟକରୁ ୪୩୮ ଜଣ, ଦେବଗଡ଼ରୁ ୨୮ ଜଣ, ଢେଙ୍କାନାଳରୁ ୧୧୪ ଜଣ, ଗଜପତିରୁ ୧୮ ଜଣ, ଗଞ୍ଜାମରୁ ୨୭ ଜଣ, ଜଗତସିଂହପୁରରୁ ୯୨ ଜଣ, ଯାଜପୁରରୁ ୩୦୫ ଜଣ, ଝାରସୁଗୁଡ଼ାରୁ ୧୯ ଜଣ, କଳାହାଣ୍ଡିରୁ ୪୧ ଜଣ, କନ୍ଧମାଳରୁ ୪୮ ଜଣ, କେନ୍ଦ୍ରାପଡ଼ାରୁ ୧୨୦ ଜଣ, କେନ୍ଦୁଝରରୁ ୬୮ ଜଣ,କୋରାପୁଟରୁ ୮୦ ଜଣ, ମାଲକାନଗିରିରୁ ୫୬ ଜଣ, ମୟୁରଭଞ୍ଜରୁ ୧୧୨ ଜଣ, ନବରଙ୍ଗପୁରରୁ ୧୦୮ ଜଣ, ନୟାଗଡ଼ରୁ ୧୦୬ ଜଣ, ନୂଆପଡ଼ାରୁ ୧୯ ଜଣ, ପୁରୀରୁ ୧୯୯ ଜଣ, ରାୟଗଡ଼ାରୁ ୭୯ ଜଣ, ସମ୍ବଲପୁରରୁ ୩୭ ଜଣ, ସୋନପୁରରୁ ୫୦, ସୁନ୍ଦରଗଡ଼ରୁ ୮୩ ଓ ଷ୍ଟେଟ ପୁଲ୍ରୁ ୬୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୮୬୬୬୯୨ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ୮୧୭୩୫୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୪୫୮୦୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି । ଗତ ୨୪ ଘଣ୍ଟାରେ ୫୫୭୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୯ ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ଏହା ଫଳରେ ରାଜ୍ୟର ମୋଟ କରୋନା ମୃତ୍ୟୁ ସଂଖ୍ୟା ୩୪୭୧କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯ଼ାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ମୋଟ ମୃତ୍ୟୁସଂଖ୍ୟା ୫୫୪କୁ ବୃଦ୍ଧି ପାଇଛି । ସୁନ୍ଦରଗଡ଼, ପୁରୀ, ଝାରସୁଗୁଡ଼ା ଓ କଟକ ଜିଲ୍ଲାରୁ ୪ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ଅନ୍ୟପକ୍ଷରେ ଗଞ୍ଜାମ, ଜଗତସିଂହପୁର ଓ କଳାହାଣ୍ଡିରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ବୌଦ୍ଧ ଓ ସୁବର୍ଣ୍ଣ ୁରରୁ ୨ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ବରଗଡ଼, ଢେଙ୍କାନାଳ,ନବରଙ୍ଗପୁର, ନୂଆପଡ଼ା ଜିଲ୍ଲାରେ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୬୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨୦୬୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୫୬୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.