ରାଜ୍ୟରେ ଗତ ୨୪ ଘଂଟାରେ କରୋନାରେ ୩୭ ଜଣଙ୍କର ମୃତ୍ୟୁ

0 76

-ମୋଟ ମୃତ୍ୟୁ ସଂଖ୍ୟା ୩୫୦୮ ହେଲା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୩୭ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୩୫୦୮ ହୋଇ ଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ସେହିପରି ଆଜି ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହି ଜିଲ୍ଲାରୁ ୫ ଜଣ ଆକ୍ରାନ୍ତ ଆଖି ବୁଜିଥିବାବେଳେ କଟକ, ଝାରସୁଗୁଡ଼ା, କଳାହାଣ୍ଡିରୁ ୪ ଲେଖାଏଁ, ବରଗଡ଼, ପୁରୀ, ସୁନ୍ଦରଗଡ଼ରୁ ୩ ଲେଖାଏଁ, ବଲାଙ୍ଗିର, ଦେବଗଡ଼, କେନ୍ଦ୍ରାପଡ଼ା, ରାୟଗଡ଼ାରୁ ୨ ଲେଖାଏଁ ଏବଂ ଗଜପତି, ମୟୂରଭଂଜ, ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ନେଇ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । 

Leave A Reply

Your email address will not be published.