ସିବିଏସ୍ଇ ମୂଲ୍ୟାୟନ: ସୁପ୍ରିମକୋର୍ଟର ଚ୍ୟାଲେଞ୍ଜ

77

-ପଦ୍ଧତି ନେଇ ପ୍ରଶ୍ନ ଉଠାଇଲେ ୧୧୫୨ ଛାତ୍ରଛାତ୍ରୀ

ନୂଆଦିଲ୍ଲୀ : ସିବିଏସଇ ଦ୍ୱାଦଶ ପରୀକ୍ଷା ମୂଲ୍ୟାୟନ ପଦ୍ଧତିକୁ ନେଇ ତେଜିଲା ଅସନ୍ତୋଷ । ନିଷ୍ପତ୍ତିକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କଲେ ୧୧୫୨ ଛାତ୍ରଛାତ୍ରୀ । ଆବେଦନକାରୀ ଛାତ୍ରଛାତ୍ରୀମାନେ ଅସନ୍ତୋଷ ଜାହିର କରିବା ସହ କେତେକ ପ୍ରସ୍ତାବ ଦେଇଛନ୍ତି । ମୂଲ୍ୟାୟନରେ କମ୍ପାର୍ଟମେଣ୍ଟ, ଫେଲ ହୋଇ ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀ, ଡ୍ର୍ଆଉଟ୍ ଓ ଘରୋଇ ଛାତ୍ରଛାତ୍ରୀଙ୍କ ପାଇଁ ବ୍ୟବସ୍ଥା କରିବାକୁ ଆବେଦନକାରୀ ଦାବି କରିଛନ୍ତି । ସିବିଏସ୍ଇର ନିଷ୍ପତ୍ତି ସମ୍ବିଧାନ ଦେଇଥିବା ଅଧିକାରକୁ କ୍ଷୁଣ୍ଣ କରୁଛି ବୋଲି ଦର୍ଶାଇଛନ୍ତି ଆବେଦନକାରୀ ।

ଏଥିସହ ପରୀକ୍ଷାର୍ଥୀ, ଅଭିଭାବକ, ଶିକ୍ଷକ ପାଇଁ ସ୍ୱାସ୍ଥ୍ୟ ସମ୍ପର୍କିତ ସମସ୍ତ ସୁରକ୍ଷା ବ୍ୟବସ୍ଥା କରିବାକୁ ଆବେଦନରେ ଦର୍ଶାଇଛନ୍ତି । ଆଇନଜୀବୀ ମଞ୍ଜୁ ଜେଠଲିଙ୍କ ଜରିଆରେ ଛାତ୍ରଛାତ୍ରୀ ଆବେଦନ କରିଛନ୍ତି । ଦ୍ୱାଦଶ ଛାତ୍ରଛାତ୍ରୀଙ୍କର କେମିତି ମୂଲ୍ୟାୟନ, କେଉଁ ଆଧାରରେ ହେବ ସେ ନେଇ ୧୭ ତାରିଖରେ ସୁପ୍ରିମକୋର୍ଟଙ୍କୁ ବିସ୍ତୃତ ତଥ୍ୟ ଦେଇଥିଲେ ସିବିଏସ୍ଇ କର୍ତ୍ତୃକ୍ଷ । ସିବିଏସ୍ଇର ଏହି ଫର୍ମୁଲାକୁ ଗ୍ରହଣ କରିଥିଲେ ସୁପ୍ରିମକୋର୍ଟ ।

Comments are closed.