୮ ଜିଲ୍ଲାରେ ନିଅଣ୍ଟିଆ ବର୍ଷା

79

-୧୯ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ: ୭ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର : ରାଜ୍ୟରେ ୧୩୯.୫ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି । ରାୟଗଡ଼ା, ଗଞ୍ଜାମ, ଗଜପତି, ନୟାଗଡ଼, ଯାଜପୁର, ଭଦ୍ରକ, କନ୍ଧମାଳ ଓ କେନ୍ଦୁଝର ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛ । ଗଞ୍ଜାମ ଜିଲ୍ଲାରେ ସର୍ବନିମ୍ନ ୬୫.୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ସୁନ୍ଦରଗଡ଼ ଓ କୋରାପୁଟ ଜିଲ୍ଲାରେ ସ୍ୱାଭାବିକ୍ଠାରୁ ଅତ୍ୟଧିକ ବର୍ଷା ରେକର୍ଡ କରାଯାଇଥିବା ବେଳେ ଦେବଗଡ଼, ସମ୍ବଲପୁର, ବରଗଡ଼, ସୋନପୁର, ନୂଆପଡ଼ା, ମାଲକାନଗିରିରେ ଅଧିକ ବର୍ଷା ହୋଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ । ପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଯାଜପୁର ରହିଛି । ଏସବୁ ଜିଲ୍ଲାକୁ ବର୍ଷା ହେତୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏଥିସହିତ ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ,କଳାହାଣ୍ଡି ଓ ନବରଙ୍ଗପୁର ଆଦି ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଛି । ଏହି ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୩ରୁ ୨୭ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବଳ ବର୍ଷା ସମ୍ଭାବନା ଥିବା ନେଇ ପୂର୍ବାନୁମାନ କରାଯାଇଛି । ବର୍ତ୍ତମାନ ସୁଦ୍ଧା ଭବାନୀପାଟଣାରେ ୩୭.୬ ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ୧୯.୦ ଡିଗ୍ରି ସେଲସିୟସ ତାପମାତ୍ରା ରହିଛି ।

Comments are closed.