ସ୍କୁଲ ପାଠ୍ୟକ୍ରମରେ ବନ୍ଦେ ଉକ୍ରଳ ଜନନୀ

82

-ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ବିଜ୍ଞପ୍ତି
-ଉଭୟ ନବମ ଓ ଦଶମରେ ଏହି ଗୀତ ପଢ଼ାଯିବ

ଭୁବନେଶ୍ୱର :ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇଲା ବନ୍ଦେ ଉକ୍ରଳ ଜନନୀ । ଏବେ ସ୍କୁଲରେ ଏହି ସଂଗୀତ ପଢ଼ାଯିବ । ନବମ ଓ ଦଶମ ଶ୍ରେଣୀରେ ପ୍ରଥମ ଭାଷା ଓଡ଼ିଆ ବିଷୟରେ ବନ୍ଦେ ଉକ୍ରଳ ଜନନୀକୁ ସ୍ଥାନ ମିଳିଛି । ଏ ନେଇ ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ମଧ୍ୟ ପ୍ରକାଶ ପାଇଛି । କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ରଚିତ ହୋଇଥିବା ଏହି ଗୀତକୁ ଓଡ଼ିଶାର ରାଜ୍ୟ ସଂଗୀତ ଭାବେ ମାନ୍ୟତା ମିଳିଛି ।

୧୯୧୨ ମସିହାରେ ବାଲେଶ୍ୱରଠାରେ ଅନୁଷ୍ଠିତ ଉକ୍ରଳ ସମ୍ମିଳନୀ ଅଧିବେଶନରେ ପ୍ରଥମ ଥର ପାଇଁ ଗାନ କରାଯାଇଥିଲା । ସ୍ୱତନ୍ତ୍ର ଓଡ଼ିଶା ଗଠନ ପରେ ଏହି ଗୀତଟି ରାଜ୍ୟଗାନ ଭାବେ ଆଦୃତି ଲାଭ କରିଥିଲା । ୧୯୯୪ରେ ବିଧାନସଭାରେ ଛିଡ଼ାହୋଇ ସମସ୍ତ ସଦସ୍ୟ ଏହାକୁ ଜାତୀୟ ସଙ୍ଗୀତ ପରି ସମ୍ମାନର ସହିତ ଗାନ କରିଥିଲେ । ସେବେଠାରୁ ବିଧାନସଭାରେ ଏହି ପରମ୍ପରା ଚାଲି ଆସୁଛି ।

Comments are closed.