ରାଜ୍ୟରେ ଗୋଟିଏ ଦିନରେ ୩୫୫୪ କରୋନା ଆକ୍ରାନ୍ତ ଚିହ୍ନଟ

61

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୯୭୦୬୨

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୩୫୫୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୯୭୦୬୨ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୮୬୦୧୪୨ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୩୩୦୧୯ ରହିଛି ।

ଆଜି ଚିହ୍ନଟ ହୋଇଥିବା ୨୯୧୨ ଜଣଙ୍କ ମଧ୍ୟରୁ ୨୦୨୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୫୨୬ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୬୫୧ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି । ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୩୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୭୧ ଜଣ, ବରଗଡ଼ରୁ ୩୧ ଜଣ, ଭଦ୍ରକରୁ ୧୫୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୩୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବୌଦ୍ଧ ଜିଲ୍ଲାରୁ ୩୩, କଟକରୁ ୫୦୧ ଜଣ, ଦେବଗଡ ଜିଲ୍ଲାରୁ ୮ ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୬ ଜଣ, ଗଜପତି ଜିଲ୍ଲାରୁ ୨୪, ଗଞ୍ଜାମରୁ ୨୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୪୫ ଜଣ, ଯାଜପୁରରୁ ୨୫୬ ଜଣ, ଝାରସୁଗୁଡ଼ାରୁ ୧୧ ଜଣ, କଳାହାଣ୍ଡିରୁ ୨୧ ଜଣ, କନ୍ଧମାଳ ଜିଲ୍ଲାରୁ ୩୮ ଜଣ, କେନ୍ଦ୍ରାପଡ଼ାରୁ ୧୧୯ ଜଣ, କେନ୍ଦୁଝରରୁ ୬୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୬୫୧ ଜଣ, କୋରାପୁଟରୁ ୬୯ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୬୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୧୯୬ ଜଣ, ନବରଙ୍ଗପୁରରୁ ୨୨ ଜଣ, ନୟାଗଡ଼ରୁ ୧୦୦ ଜଣ, ନୂଆପଡ଼ାରୁ ୨୦ ଜଣ, ପୁରୀରୁ ୨୩୩ ଜଣ, ରାୟଗଡ଼ାରୁ ୬୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୮ ଜଣ, ସୋନପୁରରୁ ୨୯ ଜଣ, ସୁନ୍ଦରଗଡ଼ରୁ ୭୧ ଜଣ ଓ ଷ୍ଟେଟ୍ ପୁଲରୁ ୧୦୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.