କରୋନାରେ ଦେଶରେ ଗତ ୨୪ ଘଂଟାରେ ୪୮,୬୯୮ ନୂଆ ମାମଲା

58

ନୂଆଦିଲ୍ଲୀ : ଦେଶରେ ଗତ ୨୪ଘଂଟା ମଧ୍ୟରେ ୪୮,୬୯୮ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୧,୧୮୩ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୦୧,୮୩,୧୪୩ ପହଂଚିଛି ।

ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୫,୯୫,୫୬୫ ଥିବା ବେଳେ ବର୍ତମାନ ସୁଦ୍ଧା ୩,୯୪,୪୯୩ ଜଣ ମୃତ୍ୟୁବରଣ କରିଛନ୍ତି ।

ସେହିପରି ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୭,୪୫,୮୦୯ ନମୂନାର ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୪୦,୧୮,୧୧,୮୯୨ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆଯାଇଛିା

Comments are closed.