ରାଜ୍ୟରେ ଗୋଟିଏ ଦିନରେ ୩୪୦୮ କରୋନା ଆକ୍ରାନ୍ତ ଚିହ୍ନଟ

45

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୦୦୪୭୦

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୩୪୦୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୦୦୪୭୦କୁ ବୃଦ୍ଧି ପାଇଛି ।ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି ।ରାଜ୍ୟରେ ବର୍ତମାନ ସୁଦ୍ଧା ୮୬୩୮୨୪ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୩୨୭୦୬ ରହିଛି।

ଆଜି ଚିହ୍ନଟ ହୋଇଥିବା ୩୪୦୮ ଜଣଙ୍କ ମଧ୍ୟରୁ ୧୯୪୩ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୪୬୫ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Comments are closed.