୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

75

ଭୁବନେଶ୍ୱର : ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ୪ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡିକ ହେଲା କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡା । ଏହି ସମୟ ମଧ୍ୟରେ ୨୧ ଟି ଜିଲ୍ଲାରେ ବିଜୁଳି ଘଡିଘଡି ସହ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡିକ ହେଲା ବାଲେଶ୍ୱର, ଭଦ୍ରକ , ଯାଜପୁର , କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ ଖୋର୍ଦ୍ଧା , ନୟାଗଡ , ଗଂଜାମ ଗଜପତି, କେନ୍ଦୁଝର, ମୟୁରଭଂଜ, ଢେଙ୍କାନାଳ , କନ୍ଧମ।।ଳ , ରାୟଗଡା,କୋରାପୁଟ, ମାଲକାନଗିରି, ନବରଙ୍ଗପୁର ,ନୂଆପଡା ଓ କଳାହାଣ୍ଡି । ଏହିସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ବୋଲି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Comments are closed.