ରାଜ୍ୟରେ ଗୋଟିଏ ଦିନରେ ୩୩୧୯ କରୋନା ଆକ୍ରାନ୍ତ ଚିହ୍ନଟ

74

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୦୩୭୮୯

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୩୩୧୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୦୦୪୭୦ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୮୬୭୪୦୨ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୩୨୪୦୪ ରହିଛି ।

ଆଜି ଚିହ୍ନଟ ହୋଇଥିବା ୩୩୧୯ ଜଣଙ୍କ ମଧ୍ୟରୁ ୧୮୯୬ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୪୨୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ କଟକ ଜିଲ୍ଲାରେ ସବୁଠାରୁ ଅଧିକ ୫୬୬ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି । ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୯୭ ଜଣ, ବରଗଡ଼ରୁ ୪୭ ଜଣ, ଭଦ୍ରକରୁ ୧୬୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବୌଦ୍ଧ ଜିଲ୍ଲାରୁ ୧୬, କଟକରୁ ୫୬୬ ଜଣ, ଦେବଗଡ ଜିଲ୍ଲାରୁ ୪ ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୯ ଜଣ, ଗଜପତି ଜିଲ୍ଲାରୁ ୧୨, ଗଞ୍ଜାମରୁ ୧୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୩୦ ଜଣ, ଯାଜପୁରରୁ ୧୯୪ ଜଣ, ଝାରସୁଗୁଡ଼ାରୁ ୧୧ ଜଣ, କଳାହାଣ୍ଡିରୁ ୩୧ ଜଣ, କନ୍ଧମାଳ ଜିଲ୍ଲାରୁ ୨୩ ଜଣ, କେନ୍ଦ୍ରାପଡ଼ାରୁ ୧୩୪ ଜଣ, କେନ୍ଦୁଝରରୁ ୬୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୪୪୦ ଜଣ, କୋରାପୁଟରୁ ୫୯ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୭୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୧୯୯ ଜଣ, ନବରଙ୍ଗପୁରରୁ ୩୯ ଜଣ, ନୟାଗଡ଼ରୁ ୧୧୧ ଜଣ, ନୂଆପଡ଼ାରୁ ୪ ଜଣ, ପୁରୀରୁ ୧୭୫ ଜଣ, ରାୟଗଡ଼ାରୁ ୪୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୨୯ ଜଣ, ସୋନପୁରରୁ ୧୭ ଜଣ, ସୁନ୍ଦରଗଡ଼ରୁ ୩୬ ଜଣ ଓ ଷ୍ଟେଟ୍ ପୁଲରୁ ୯୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.