ରାଜ୍ୟରେ ଗୋଟିଏ ଦିନରେ ୨,୬୪୦ କରୋନା ଆକ୍ରାନ୍ତ ଚିହ୍ନଟ

68

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯,୦୬,୪୨୯

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୨,୬୪୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯,୦୬,୪୨୯କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୮,୭୦,୭୮୭ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୩୧,୬୧୯ ରହିଛି ।

ଆଜି ଚିହ୍ନଟ ହୋଇଥିବା ୨,୬୪୦ ଜଣଙ୍କ ମଧ୍ୟରୁ ୧,୫୧୭ ଜଣ ସଂଗରୋଧରୁ ହୋଇଥିବା ବେଳେ ୧,୧୨୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୩୬୫ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୮୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୯୭ ଜଣ, ବରଗଡ଼ରୁ ୨୧ଜଣ, ଭଦ୍ରକରୁ ୧୨୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବୌଦ୍ଧ ଜିଲ୍ଲାରୁ ୧୯, କଟକରୁ ୨୬୬୬ ଜଣ, ଦେବଗଡ ଜିଲ୍ଲାରୁ ୪ ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୭ ଜଣ, ଗଜପତି ଜିଲ୍ଲାରୁ ୧୮, ଗଞ୍ଜାମରୁ ୧୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୩୨ ଜଣ, ଯାଜପୁରରୁ ୧୬୨ ଜଣ, ଝାରସୁଗୁଡ଼ାରୁ ୮ ଜଣ, କଳାହାଣ୍ଡିରୁ ୨୦ ଜଣ, କନ୍ଧମାଳ ଜିଲ୍ଲାରୁ ୧୫ ଜଣ, କେନ୍ଦ୍ରାପଡ଼ାରୁ ୫୫ ଜଣ, କେନ୍ଦୁଝରରୁ ୭୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୩୬୫ ଜଣ, କୋରାପୁଟରୁ ୬୧ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୬୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୧୫୫ ଜଣ, ନବରଙ୍ଗପୁରରୁ ୨୦ ଜଣ, ନୟାଗଡ଼ରୁ ୯୨ ଜଣ, ନୂଆପଡ଼ାରୁ ୮ ଜଣ, ପୁରୀରୁ ୧୭୮ ଜଣ, ରାୟଗଡ଼ାରୁ ୪୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୨୩ ଜଣ, ସୋନପୁରରୁ ୨୫ ଜଣ, ସୁନ୍ଦରଗଡ଼ରୁ ୨୮ ଜଣ ଓ ଷ୍ଟେଟ୍ ପୁଲରୁ ୭୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.