ରାଜ୍ୟରେ ଗୋଟିଏ ଦିନରେ ୩୨୨୨ କରୋନା ଆକ୍ରାନ୍ତ ଚିହ୍ନଟ

73

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୩୨୨୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୧୬୧୦୯ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୮୮୦୯୯୭ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୯୧୬୧୦୯ ରହିଛି ।

ଆଜି ଚିହ୍ନଟ ହୋଇଥିବା ୩୨୨୨ ଜଣଙ୍କ ମଧ୍ୟରୁ ୧୮୩୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୩୮୪ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ କଟକ ଜିଲ୍ଲାରେ ସବୁଠାରୁ ଅଧିକ ୬୧୯ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୯୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୦୮ ଜଣ, ବରଗଡ଼ରୁ ୨୪ ଜଣ, ଭଦ୍ରକରୁ ୧୪୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୨୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବୌଦ୍ଧ ଜିଲ୍ଲାରୁ ୧୬, କଟକରୁ ୬୧୯ ଜଣ, ଦେବଗଡ ଜିଲ୍ଲାରୁ ୭ ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୧ଜଣ, ଗଜପତି ଜିଲ୍ଲାରୁ ୯, ଗଞ୍ଜାମରୁ ୨୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୨୧୨ ଜଣ, ଯାଜପୁରରୁ ୧୯୦ ଜଣ, ଝାରସୁଗୁଡ଼ାରୁ ୦୯ ଜଣ, କଳାହାଣ୍ଡିରୁ ୨୫ ଜଣ, କନ୍ଧମାଳ ଜିଲ୍ଲାରୁ ୨୫ ଜଣ, କେନ୍ଦ୍ରାପଡ଼ାରୁ ୧୭୯ ଜଣ, କେନ୍ଦୁଝରରୁ ୬୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୪୨୨ ଜଣ, କୋରାପୁଟରୁ ୫୩ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୬୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୧୯୫ ଜଣ, ନବରଙ୍ଗପୁରରୁ ୨୩ ଜଣ, ନୟାଗଡ଼ରୁ ୧୧୪ ଜଣ, ନୂଆପଡ଼ାରୁ ୧୬ ଜଣ, ପୁରୀରୁ ୧୮୮ ଜଣ, ରାୟଗଡ଼ାରୁ ୬୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୩୧ ଜଣ, ସୋନପୁରରୁ ୧୨ ଜଣ, ସୁନ୍ଦରଗଡ଼ରୁ ୬୬ ଜଣ ଓ ଷ୍ଟେଟ୍ ପୁଲରୁ ୬୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.