ରାଜ୍ୟରେ ଗତ ୨୪ ଘଂଟାରେ କରୋନାରେ ୪୬ ଜଣଙ୍କର ମୃତ୍ୟୁ

77

-ମୋଟ ମୃତ୍ୟୁ ସଂଖ୍ୟା ୪୧୦୯ ହେଲା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୪୫ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୪୧୦୯ ହୋଇ ଯାଇଛି ।

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୯ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ପୁରୀ ଓ ନୟାଗଡ ଓ ସୁନ୍ଦରଗଡ ଜିଲ୍ଲାରେ ୪ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ଢେଙ୍କାନାଳ, କଟକ, ଗଂଜାମ ଓ ସମ୍ବଲପୁର, କେନ୍ଦ୍ରାପଡା ଜିଲ୍ଲାରେ ୩-୩ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି ।

ଅନୁଗୁଳ, ବାଲେଶ୍ୱର, ବରଗଡ. ଜଗତସିଂହପୁର, ଝାରସୁଗୁଡା, କଳାହାଣ୍ଡି, କେନ୍ଦୁଝର, କୋରାପୁଟ, ମୟୁରଭଂଜ ଓ ସୁବର୍ଣପୁର ଜିଲ୍ଲାରେ ୧-୧ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି ।

Comments are closed.