ରାଜ୍ୟରେ ଗୋଟିଏ ଦିନରେ ୨୯୧୭ କରୋନା ଆକ୍ରାନ୍ତ ଚିହ୍ନଟ

63

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୧୯୦୨୬

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୨୯୧୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୧୯୦୨୬ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୮୮୪୨୬୨ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୩୦୫୫୭ ରହିଛି ।

ଆଜି ଚିହ୍ନଟ ହୋଇଥିବା ୨୯୧୭ ଜଣଙ୍କ ମଧ୍ୟରୁ ୧୬୭୭ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୨୪୦ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରୁ ସବୁଠାରୁ ଅଧିକ ୫୪୯ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୮୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୩୭ ଜଣ, ବରଗଡ଼ରୁ ୨୨ ଜଣ, ଭଦ୍ରକରୁ ୧୬୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବୌଦ୍ଧ ଜିଲ୍ଲାରୁ ୧୯, କଟକରୁ ୪୨୨, ଦେବଗଡ ଜିଲ୍ଲାରୁ ୫ ଜଣ, ଢେଙ୍କାନାଳ ଜିଲ୍ଲାରୁ ୭୭ ଜଣ, ଗଜପତି ଜିଲ୍ଲାରୁ ୬, ଗଞ୍ଜାମରୁ ୨୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୧୯ ଜଣ, ଯାଜପୁରରୁ ୨୧୮ ଜଣ, ଝାରସୁଗୁଡ଼ାରୁ ୦୮ ଜଣ, କଳାହାଣ୍ଡିରୁ ୨୧ ଜଣ, କନ୍ଧମାଳ ଜିଲ୍ଲାରୁ ୧୩ ଜଣ, କେନ୍ଦ୍ରାପଡ଼ାରୁ ୭୯ ଜଣ, କେନ୍ଦୁଝରରୁ ୭୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୫୪୯ ଜଣ, କୋରାପୁଟରୁ ୫୫ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୫୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୧୬୫ ଜଣ, ନବରଙ୍ଗପୁରରୁ ୧୯ ଜଣ, ନୟାଗଡ଼ରୁ ୯୬ ଜଣ, ନୂଆପଡ଼ାରୁ ୮ ଜଣ, ପୁରୀରୁ ୧୩୨ ଜଣ, ରାୟଗଡ଼ାରୁ ୫୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୨୨ ଜଣ, ସୋନପୁରରୁ ୧୨ ଜଣ, ସୁନ୍ଦରଗଡ଼ରୁ ୪୮ ଜଣ ଓ ଷ୍ଟେଟ୍ ପୁଲରୁ ୧୦୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.