ରାଜ୍ୟରେ ଗୋଟିଏ ଦିନରେ ୨୮୭୦ କରୋନା ଆକ୍ରାନ୍ତ ଚିହ୍ନଟ

73

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୨୧୮୯୬

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୨୮୭୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୨୧୮୯୬ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୮୮୭୪୨୦ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୩୦୨୨୭ ରହିଛି ।

ଆଜି ଚିହ୍ନଟ ହୋଇଥିବା ୨୮୭୦ ଜଣଙ୍କ ମଧ୍ୟରୁ ୧୬୫୨ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୨୧୮ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ କଟକରୁ ସବୁଠାରୁ ଅଧିକ ୪୪୦ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୯୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୪୦ ଜଣ, ବରଗଡ଼ରୁ ୧୪ ଜଣ, ଭଦ୍ରକରୁ ୧୨୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୨୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବୌଦ୍ଧ ଜିଲ୍ଲାରୁ ୧୩, କଟକରୁ ୪୪୦, ଦେବଗଡ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୮୫ଜଣ, ଗଜପତି ଜିଲ୍ଲାରୁ ୭, ଗଞ୍ଜାମରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୧୨ ଜଣ, ଯାଜପୁରରୁ ୧୯୧ ଜଣ, ଝାରସୁଗୁଡ଼ାରୁ ୦୫ ଜଣ, କଳାହାଣ୍ଡିରୁ ୩୬ ଜଣ, କନ୍ଧମାଳ ଜିଲ୍ଲାରୁ ୨୫ ଜଣ, କେନ୍ଦ୍ରାପଡ଼ାରୁ ୧୫୭ ଜଣ, କେନ୍ଦୁଝରରୁ ୬୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ୩୮୪ ଜଣ, କୋରାପୁଟରୁ ୬୬ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୫୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୧୬୪ ଜଣ, ନବରଙ୍ଗପୁରରୁ ୩୫ ଜଣ, ନୟାଗଡ଼ରୁ ୧୦୫ ଜଣ, ନୂଆପଡ଼ାରୁ ୭ ଜଣ, ପୁରୀରୁ ୧୬୫ ଜଣ, ରାୟଗଡ଼ାରୁ ୫୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୨୩ ଜଣ, ସୋନପୁରରୁ ୧୦ ଜଣ, ସୁନ୍ଦରଗଡ଼ରୁ ୮୭ ଜଣ ଓ ଷ୍ଟେଟ୍ ପୁଲରୁ ୬୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.