ରାଜ୍ୟରେ ଗୋଟିଏ ଦିନରେ ୨୮୦୩ କରୋନା ଆକ୍ରାନ୍ତ ଚିହ୍ନଟ

52

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୨୪୬୯୯

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୨୮୦୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୨୪୬୯୯ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୮୯୦୭୭୮ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୨୯୬୨୦ ରହିଛି ।

ଆଜି ଚିହ୍ନଟ ହୋଇଥିବା ୨୮୦୩ ଜଣଙ୍କ ମଧ୍ୟରୁ ୧୫୯୭ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୨୦୬ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Comments are closed.