ରାଜ୍ୟରେ ଗୋଟିଏ ଦିନରେ ୨୪୮୭ କରୋନା ଆକ୍ରାନ୍ତ ଚିହ୍ନଟ

61

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୨୭୧୮୬
ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୨୪୮୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୨୭୧୮୬ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୮୯୪୧୦୪ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୨୮୭୩୦ ରହିଛି ।

ଆଜି ଚିହ୍ନଟ ହୋଇଥିବା ୨୪୮୭ ଜଣଙ୍କ ମଧ୍ୟରୁ ୧୪୨୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୦୫୯ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତମାନେ ମୋଟ ୩୦ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Comments are closed.