ଗଛରେ ପିଟିଲା ବାଇକ୍

74

-୩ ମୃତ, ଜଣେ ଗୁରୁତର

ଭବାନୀପାଟଣା : କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଥାନା ଅନ୍ତର୍ଗତ ମୁର୍ଲାପଦର ନିକଟରେ ଆଜି ସକାଳେ ଏକ ବାଇକ୍ ଭାରସାମ୍ୟ ହରାଇ ରାସ୍ତା ପାଶ୍ୱର୍ ଗଛରେ ଧକ୍କା ଦେଇଛି । ଏହି ଦୁର୍ଘଟଣାରେ ଦୁଇ ଭାଇଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ଘଟିଛି । ଦୁର୍ଘଟଣାରେ ଅନ୍ୟ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି । ଆହତଙ୍କୁ ଚିକିତ୍ସା ନିମନ୍ତେ ଜୁନାଗଡ଼ ଡ଼ାକ୍ତରଖାନାରେ ଭର୍ତି କରାଯାଇଛି । ଜୁନାଗଡ଼ ପୋଲିସ ଘଟଣାସ୍ଥଳରେ ପହଂଚି କିପରି ଓ କେଉଁ ପରିସ୍ଥିତିରେ ଦୁର୍ଘଟଣା ଘଟିଲା ସେନେଇ ତଦନ୍ତ ଆରମ୍ଭ କରିଛି ।

Comments are closed.