ରାଜ୍ୟରେ ଗୋଟିଏ ଦିନରେ ୨୬୦୨ କରୋନା ଆକ୍ରାନ୍ତ ଚିହ୍ନଟ

55

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୨୯୭୮୮

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୨୬୦୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୨୯୭୮୮ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୮୯୭୩୬୨ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୨୮୦୧୫ ରହିଛି ।

ଆଜି ଚିହ୍ନଟ ହୋଇଥିବା ୨୬୦୨ ଜଣଙ୍କ ମଧ୍ୟରୁ ୧୪୯୫ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୧୦୭ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରୁ ସବୁଠାରୁ ଅଧିକ ୫୨୯ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୯୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୬୪ ଜଣ, ବରଗଡ଼ରୁ ୧୩ ଜଣ, ଭଦ୍ରକରୁ ୯୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବୌଦ୍ଧ ଜିଲ୍ଲାରୁ ୨୧, କଟକରୁ ୩୯୭, ଦେବଗଡ ଜିଲ୍ଲାରୁ ୫ ଜଣ, ଢେଙ୍କାନାଳ ଜିଲ୍ଲାରୁ ୯୩ ଜଣ, ଗଜପତି ଜିଲ୍ଲାରୁ ୯ , ଗଞ୍ଜାମରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୯୧ ଜଣ, ଯାଜପୁରରୁ ୧୮୩ ଜଣ, ଝାରସୁଗୁଡ଼ାରୁ ୨୬ ଜଣ, କଳାହାଣ୍ଡିରୁ ୯ ଜଣ, କନ୍ଧମାଳ ଜିଲ୍ଲାରୁ ୨୦ ଜଣ. କେନ୍ଦ୍ରାପଡ଼ାରୁ ୫୯ ଜଣ, କେନ୍ଦୁଝରରୁ ୭୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୫୨୯ ଜଣ, କୋରାପୁଟରୁ ୩୨ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୩୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୧୪୧ ଜଣ, ନବରଙ୍ଗପୁରରୁ ୧୮ ଜଣ, ନୟାଗଡ଼ରୁ ୬୨ ଜଣ, ନୂଆପଡ଼ାରୁ ୫ ଜଣ, ପୁରୀରୁ ୧୭୪ ଜଣ, ରାୟଗଡ଼ାରୁ ୩୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୨୫ ଜଣ, ସୋନପୁରରୁ ୧୭ ଜଣ, ସୁନ୍ଦରଗଡ଼ରୁ ୬୪ ଜଣ ଓ ଷ୍ଟେଟ୍ ପୁଲରୁ ୧୦୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.