ରାଜ୍ୟରେ ଗୋଟିଏ ଦିନରେ ୨୫୪୨ କରୋନା ଆକ୍ରାନ୍ତ ଚିହ୍ନଟ

65

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୩୨୩୩୦

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୨୫୪୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୩୨୩୩୦ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୦୦୨୮୨ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୨୭୫୮୦ ରହିଛି ।

ଆଜି ଚିହ୍ନଟ ହୋଇଥିବା ୨୫୪୨ ଜଣଙ୍କ ମଧ୍ୟରୁ ୧୪୫୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୦୮୪୭ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ କଟକରୁ ସବୁଠାରୁ ଅଧିକ ୪୨୮ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୬୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୨୧ ଜଣ, ବରଗଡ଼ରୁ ୧୭ ଜଣ, ଭଦ୍ରକରୁ ୧୦୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବୌଦ୍ଧ ଜିଲ୍ଲାରୁ ୭, କଟକରୁ ୪୨୮, ଦେବଗଡ ଜିଲ୍ଲାରୁ ୭ ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୪ ଜଣ, ଗଜପତି ଜିଲ୍ଲାରୁ ୧୫ , ଗଞ୍ଜାମରୁ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୨୮ ଜଣ, ଯାଜପୁରରୁ ୧୩୯ ଜଣ, ଝାରସୁଗୁଡ଼ାରୁ ୨୪ ଜଣ, କଳାହାଣ୍ଡିରୁ ୧୦ ଜଣ, କନ୍ଧମାଳ ଜିଲ୍ଲାରୁ ୧୯ ଜଣ. କେନ୍ଦ୍ରାପଡ଼ାରୁ ୧୬୭ ଜଣ, କେନ୍ଦୁଝରରୁ ୬୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୪୨୪ ଜଣ, କୋରାପୁଟରୁ ୪୦ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୪୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୧୨୪ ଜଣ, ନବରଙ୍ଗପୁରରୁ ୧୨ ଜଣ, ନୟାଗଡ଼ରୁ ୭୮ ଜଣ, ନୂଆପଡ଼ାରୁ ୮ ଜଣ, ପୁରୀରୁ ୧୫୦ ଜଣ, ରାୟଗଡ଼ାରୁ ୩୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୨୮ ଜଣ, ସୋନପୁରରୁ ୫ ଜଣ, ସୁନ୍ଦରଗଡ଼ରୁ ୫୭ ଜଣ ଓ ଷ୍ଟେଟ୍ ପୁଲରୁ ୭୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.