ରାଜ୍ୟରେ କରୋନାରେ ଆଉ ୬୧ ଜଣଙ୍କର ମୃତ୍ୟୁ

Municipal workers in protective gear carry the body a woman who died due to coronavirus disease (COVID-19), for her cremation at a crematorium in Ahmedabad, India, April 17, 2020. REUTERS/Amit Dave
66

ଭୁବନେଶ୍ୱର : ରାଜ୍ୟରେ ଆଉ ୬୧ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି । ବିଭାଗ ପକ୍ଷରୁ ଟ୍ୱିଟ୍ କରି ଏହି ତଥ୍ୟ ପ୍ରଦାନ କରାଯାଇଛି । ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୭୬କୁ ବୃଦ୍ଧି ପାଇଛି ।

କରୋନାରେ ପ୍ରାଣ ହରାଇଥିବା ଏହି ୬୧ ଜଣଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧ ଜଣ ଅଛନ୍ତି । ଏହି ୧୧ ଜଣଙ୍କ ମଧ୍ୟରୁ କେବଳ ଭୁବନେଶ୍ୱରରୁ ୫ ଜଣ ଅଛନ୍ତି । ସେହିପରି ବରଗଡ଼, ଗଞ୍ଜାମ,ମୟୂରଭଞ୍ଜ ଓ ପୁରୀରୁ ୬ ଜଣ ଲେଖାଏଁ ଥିବା ବେଳେ ସମ୍ବଲପୁର ଓ ସୁନ୍ଦରଗଡ଼ରୁ ୫ ଜଣ ଲେଖାଏଁ, କେନ୍ଦୁଝରରୁ ୪, ଢେଙ୍କାନାଳ, କଟକ ଓ ନୟାଗଡ଼ରୁ ୨ ଜଣ ଲେଖାଏଁ ଏବଂ ବୌଦ୍ଧ, ଗଜପତି, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ନୂଆପଡ଼ା ଓ ରାୟଗଡ଼ାରୁ ଜଣେ ଲେଖାଏଁ ଅଛନ୍ତି ।

ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୩୧କୁ ବୃଦ୍ଧି ପାଇଥିବା ବେଳେ ବରଗଡ଼ରେ ୧୭୮, ଗଞ୍ଜାମରେ ୩୭୦, ମୟୂରଭଞ୍ଜରେ ୧୪୯, ପୁରୀରେ ୨୬୬, ସମ୍ବଲପୁରରେ ୧୩୬, ସୁନ୍ଦରଗଡ଼ରେ ୩୮୯, କେନ୍ଦୁଝରରେ ୮୦, ନୟାଗଡ଼ରେ ୧୨୨, କଟକରେ ୩୦୫, ଢେଙ୍କାନାଳରେ ୯୧, ବୌଦ୍ଧରେ ୮୫, ଗଜପତିରେ ୭୧, ଝାରସୁଗୁଡ଼ାରେ ୧୩୦, କେନ୍ଦ୍ରାପଡ଼ାରେ ୯୪, ନୂଆପଡ଼ାରେ ୭୧ ଓ ରାୟଗଡ଼ାରେ ୧୫୦କୁ ବୃଦ୍ଧି ପାଇଛି ।

ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଦିଆ ଯାଇଛି ।

Comments are closed.