ଜୁଲାଇ ୩୧ ସୁଦ୍ଧା ଯୁକ୍ତ ୨ ରେଜଲ୍ଟ

77

ଭୁବନେଶ୍ୱର : ଜୁଲାଇ ୩୧ ତାରିଖ ଭିତରେ ପ୍ରକାଶ ପାଇପାରେ ଯୁକ୍ତ ଦୁଇ ରେଜଲ୍ଟ । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୂଚନା ଦେଇଛନ୍ତି ।

ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି, ପୂର୍ବରୁ ଆମେ ଅଗଷ୍ଟ ଦ୍ୱିତୀୟ ସପ୍ତାହ ସୁଦ୍ଧା ଯୁକ୍ତ ଦୁଇ ରେଜଲ୍ଟ ପ୍ରକାଶ ପାଇବ ବୋଲି କହିଥିଲୁ । କିନ୍ତୁ ସୁପ୍ରିମ୍ କୋର୍ଟ ଜୁଲାଇ ୩୧ ତାରିଖ ଭିତରେ ରେଜଲ୍ଟ ପ୍ରକାଶ କରିବାକୁ କହିଛନ୍ତି । ତେଣୁ ଜୁଲାଇ ୩୧ ତାରିଖ ଭିତରେ ରେଜଲ୍ଟ ପ୍ରକାଶ କରିବାକୁ ଆମେ ଚେଷ୍ଟା କରୁଛୁ । ଯଦି କିଛି ସମସ୍ୟା ହେଲା, ତା’ହେଲେ ଦିନେ ଦୁଇ ଦିନ ବିଳମ୍ବ ହୋଇପାରେ । କରୋନା ଯୋଗୁ ଏଥର ମାଟ୍ରିକ୍ ଭଳି ଯୁକ୍ତ ଦୁଇର ମଧ୍ୟ ପରୀକ୍ଷା ହୋଇନାହିଁ । ତେଣୁ ମାଟ୍ରିକ୍ ଭଳି ବିକଳ୍ପ ବ୍ୟବସ୍ଥା ଯୋଗେ ଯୁକ୍ତ ଦୁଇ ରେଜଲ୍ଟ ପ୍ରକାଶ କରାଯିବ ବୋଲି ସେ କହିଛନ୍ତି ।

Comments are closed.